Get Updates
Get notified of breaking news, exclusive insights, and must-see stories!

ମୁଖ୍ୟ ଶାସନ ସଚିବ ଓ 5-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ, ଅକ୍ଟୋବର ସୁଦ୍ଧା ଶେଷ ହେବ ସୁନ୍ଦରଗଡର 50ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ

ରାଜ୍ୟ ସରକାରଙ୍କର 5-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର 50 ଟି ସରକାରୀ ହାଇସ୍କୁଲର ରୂପାନ୍ତର କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି । 50 ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିଞିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଶ୍ରୀ ଆର. ଭିଲିନ୍‌କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

v k pandian

ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ 33/11 କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।

କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ICU ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ NTPC କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ । ଏତଦ୍‌ବ୍ୟତୀତ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

ରାଜ୍ୟ ସରକାରଙ୍କର 5-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର 50 ଟି ସରକାରୀ ହାଇସ୍କୁଲର ରୂପାନ୍ତର କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି । 50 ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିଞିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ । ସେମାନେ ସ୍ମାର୍ଟ କ୍ଲାସରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରଛାତ୍ରୀଙ୍କ ସହ ଭର୍ଚୁଆଲ୍ ମାଧ୍ୟମରେ କଥାବାର୍ତ୍ତା କରିଥିଲେ । ସ୍କୁଲର ବିଜ୍ଞାନଗାର, ଖେଳପଡିଆ ଓ ଅନ୍ୟାନ୍ୟ ଭିତ୍ତିଭୂମି ବୁଲି ଦେଖିବା ସହ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସେମାନେ ସନ୍ତୋଷ ପ୍ରକାଶ କରିଥିଲେ ।

ସୁନ୍ଦରଗଡ ସଦରର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡୀ କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ । ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ବାଲା ମଡେଲରେ ସଂପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନବାଡୀ କେନ୍ଦ୍ର ତିଆରି କରାଯାଇଛି । ଏହାର ଆସବାପତ୍ର ଓ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି । ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡୀ କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ଏହି ବାଲା ମଡେଲରେ ନିର୍ମାଣ କରାଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+