Get Updates
Get notified of breaking news, exclusive insights, and must-see stories!

ଉତ୍କଳମଣୀଙ୍କ ଜନ୍ମପୀଠ ବିକାଶ କାର୍ଯ୍ୟ ସମୀକ୍ଷା: ନିର୍ମାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସରିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ ତ୍ୱରାନ୍ୱିତ ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା ସଂସ୍କୃତି ଓ ସାହିତ୍ୟ ବିଭାଗ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ ପୁରୀ ଜିଲ୍ଲା ଅନ୍ତର୍ଗତ ସୁଆଣ୍ଡୋ ଗ୍ରାମ ଏବଂ ସେଠାରେ ଥିବା ଗୋପବନ୍ଧୁଙ୍କ ଜନ୍ମପୀଠର ସାମଗ୍ରିକ ବିକାଶ ପ୍ରକଳ୍ପ ସମ୍ୱନ୍ଧିତ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ।

ଉତ୍କଳମଣି

ପ୍ରକଳ୍ପ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ସେସବୁର ପୂର୍ଣ୍ଣାଙ୍ଗ ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମୟ ନିର୍ଘଣ୍ଟ ଧାର୍ଯ୍ୟ କରିଥିଲେ । ସମୁଦାୟ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୨୦୨୨ ମାର୍ଚ୍ଚ ମାସ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୫.୧୬ କୋଟି ଟଙ୍କାର ବ୍ୟୟ ଅଟକଳ ମଞ୍ଜୁର କରାଯାଇଛି ।

ସମୀକ୍ଷାରୁ ଜଣାପଡିଥିଲା ଯେ ଗୋପବନ୍ଧୁଙ୍କ ଜନ୍ମପୀଠରେ ଥିବା ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମକୁ ରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ପାର୍କି ଆଦିର ବିକାଶ ପାଇଁ କ୍ଷେତ୍ରସ୍ତରୀୟ କାର୍ଯ୍ୟ ଇତି ମଧ୍ୟରେ ତ୍ୱରାନ୍ୱିତ ହୋଇଛି । ଏସବୁ ସହ ସେଠାରେ ଗୋପବନ୍ଧୁ ସ୍ମୃତି ସଂଗ୍ରାହଳୟ, ସୂଚନା କେନ୍ଦ୍ର ଏବଂ ଆତିଥ୍ୟ କେନ୍ଦ୍ର ମଧ୍ୟ ନିର୍ମାଣ କରାଯାଉଛି । ଇତି ମଧ୍ୟରେ ଶିବ ମନ୍ଦିରର ମୂଳଦୁଆ ସଂରକ୍ଷଣ ପିଷ୍ଟର ବିକାଶ, ଦଧି ନଉତି, ମନ୍ଦିର ପରିକ୍ରମା ରାସ୍ତା ଆଦି କାର୍ଯ୍ୟ ବିଶେଷ ଭାବେ ଅଗ୍ରଗତି କରିଛି । ପ୍ରଥମ ପୋଖରୀର ପୁନଃ ଖନନ, ଉଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପ୍ରାୟ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ସଂଗ୍ରହାଳୟର ଘର ନିର୍ମାଣ ସରିଛି । ବିଦ୍ୟୁତକରଣ ଏବଂ ଶେଷ ପର୍ଯ୍ୟାୟ କାର୍ଯ୍ୟ ଚାଲୁରହିଛି । ସେହିପରି ଆତିଥ୍ୟ କେନ୍ଦ୍ରର ବିଭିନ୍ନ ବିଭାଗ କାମ ମଧ୍ୟ ଚାଲୁ ରହିଛି ।

ଦ୍ୱିତୀୟ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଚଳିତ ମାସ ମଧ୍ୟରେ ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।ଗୋପବନ୍ଧୁ ଦାସଙ୍କର ପ୍ରାୟ ୧୫ ଫୁଟ ଉଚ୍ଚତା ବିଶିଷ୍ଟ ପ୍ରତିମୁର୍ତ୍ତି, ପୈତୃକ ଗୃହର ପୁନଃ- ବିକାଶ ଆଦି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ପୁରୀ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ପୁନଃରୁଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକୀୟ ପଥର ଯୋଗାଣ ଅବ୍ୟାହତ ରଖିବା ନିମନ୍ତେ ଓଡ଼ିଶା ଖଣି ନିଗମଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।
ବୈଠକରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିମନ୍ତେ ଭିତ୍ତିଭୂମି ବିକାଶ କାର୍ଯ୍ୟର ସମୀକ୍ଷା ହୋଇଥିଲା । ଇତି ମଧ୍ୟରେ ବିଶ୍ୱବିଦ୍ୟାଳୟ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି ବୋଲି ବିଭାଗୀୟ ସଚିବ ଶ୍ରୀ ଦଳାଇ କହିଥିଲେ । ତୁରନ୍ତ କ୍ଷେତ୍ରସ୍ତରୀୟ କାର୍ଯ୍ୟ ଆରମ୍ଭ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବିଶ୍ୱବିଦ୍ୟାଳୟ ନିର୍ମାଣ ନିମନ୍ତେ ସମୁଦାୟ ୬୧.୬୩ କୋଟି ଟଙ୍କାର ବ୍ୟୟ ଅଟକଳକୁ ପ୍ରଶାସନିକ ଅନୁମୋଦନ ଦିଆଯାଇଛି ।

ସେହିପରି ସାକ୍ଷୀଗୋପାଳ ମନ୍ଦିରର ଆବଶ୍ୟକୀୟ ମରାମତି ଏବଂ ସୌନ୍ଦର୍ଯ୍ୟକରଣ କାମ ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବ ଭାଷା ସଂସ୍କୃତି ଓ ସାହିତ୍ୟ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସୁଆଣ୍ଡୋ, ସତ୍ୟବାଦୀ, ଓଡ଼ିଆ ବିଶ୍ୱବିଦ୍ୟାଳୟ ଏବଂ ସାକ୍ଷୀଗୋପାଳକୁ ଓଡ଼ିଆ ଭାଷା-ସଂସ୍କୃତିର ଏକ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ରଭାବେ ବିକଶିତ କରିବା ନିମନ୍ତେ ସବୁ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବ, ଉଚ୍ଚ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶାସ୍ୱତ ମିଶ୍ର, ପୁର୍ତ୍ତ ବିଭାଗ ସଚିବ ଶ୍ରୀ କ୍ରିଷନ୍ କୁମାର, ଓଡ଼ିଆ ବିଶ୍ୱ ବିଦ୍ୟାଳୟ ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ବିଜୟ କୁମାର ନାୟକଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+