ମୁଖ୍ୟ ଶାସନ ସଚିବଙ୍କର ଯାଜପୁର ଜିଲ୍ଲା ଗସ୍ତ, ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯାଜପୁର ଜିଲ୍ଲାଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣକରିବା ସହ ପ୍ରକଳ୍ପଗୁଡ଼ିକର ବିଭିନ୍ନ ପର୍ଯ୍ୟାୟ କାମ ଏବଂ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟ ସୀମା ନିର୍ଦ୍ଧାରଣ କରିଛନ୍ତି।

Chief Secretary visits jajpur

ଜିଲ୍ଲାରେ ପହଞ୍ଚିବା ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧିନ ସଂପ୍ରସାରଣ ବ୍ଲକର ଅଗ୍ରଗତି କାର୍ଯ୍ୟ ପରିଦର୍ଶନ କରିଥିଲେ। କାର୍ଯ୍ୟାନ୍ୱୟନ ତ୍ୱରାନ୍ୱିତ କରି ୨୦୨୨ ଅଗଷ୍ଟ ମାସ ଶେଷସୁଦ୍ଧା କାର୍ଯ୍ୟପୂର୍ଣ୍ଣାଙ୍ଗ ପୂର୍ବକ ରୋଗୀ ସେବାରେ ନିୟୋଜିତ କରିବା ପାଇଁ ନିର୍ମାଣକାରୀ ସଂସ୍ଥା ଏବଂ ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେପରେ ଶ୍ରୀ ମହାପାତ୍ର ନିର୍ମାଣାଧାନ ଯାଜପୁର ମେଡିକାଲ କଲେଜ, ଇନ୍ଡୋର ସ୍ପୋର୍ଟସ୍ କଂପ୍ଲେକ୍ସ୍, ମା' ବିରଜା ମନ୍ଦିର ଚତୁପାର୍ଶ୍ୱ ଉନ୍ନୟନ ପ୍ରକଳ୍ପ ଏବଂ ବିରଜା ହାଇସ୍କୁଲ ରୂପାନ୍ତରଣ ପ୍ରକଳ୍ପ ଆଦି ପରିଦର୍ଶନ କରି ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଥିଲେ। ପ୍ରାୟ ୪୨୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଥିବା ଏହି ମେଡିକାଲ କଲେଜର କାର୍ଯ୍ୟ ୨୦୨୩ ମସିହା ଜୁନ୍ ମଧ୍ୟରେ ସାରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ସେହିପରି ପ୍ରାୟ ୧୪.୪୦ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ ନିର୍ମାଣ ହେଉଥିବା ଇନ୍ଡୋର ସ୍ପୋର୍ଟସ୍ କଂପ୍ଲେକ୍ସ ଏବଂ ୬.୫ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ କରାଯାଉଥିବା ମା ବିରଜା ମନ୍ଦିର ଚର୍ତୁପାର୍ଶ୍ୱ ଉନ୍ନୟନ କାର୍ଯ୍ୟ ୨୦୨୨ ମାର୍ଚ୍ଚ ସୁଦ୍ଧା ସାରିବା ପାଇଁ ସମୟ ସୀମା ନିର୍ଦ୍ଧାରଣ କରିଥିଲେ। ଏହି ଗସ୍ତକାଳରେ ଶ୍ରୀ ମହାପାତ୍ର ବିରଜା ଉଚ୍ଚ ଇଂରାଜୀ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପର ଅଗ୍ରଗତି ନିରୀକ୍ଷଣ କରିଥିଲେ । ବିଦ୍ୟାଳୟର ସ୍ମାର୍ଟ କ୍ଲାସ୍ ରୁମ୍, ଇ-ଲାଇବ୍ରେରୀ, ବିଜ୍ଞାନ ପରୀକ୍ଷାଗାର ଆଦି ପରିଦର୍ଶନ କରି ଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲେ । ଏହିସବୁ ସୁବିଧାର ସର୍ବୋକୃଷ୍ଟ ବ୍ୟବହାର ପୂର୍ବକ ଛାତ୍ରଛାତ୍ରୀମାନଙ୍କୁ ଦେଶର ଯେକୌଣସି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସମକକ୍ଷକରି ଗଢ଼ିବାପାଇଁ ଶ୍ରୀ ମହାପାତ୍ର ଶିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ। ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀ ରାଠୋର ଏବଂ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଆବଶ୍ୟକୀୟ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+