ଆନ୍ଧ୍ରରେ ୬ ଓଡ଼ିଆଙ୍କ ମୃତ୍ୟୁ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ ବିଦ୍ୟୁତ ଦୁର୍ଘଟଣା ଘଟି ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ଏହି ଘଟଣା ପରେ ୬ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି।
ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରର ଏକ ମାଛ ଫାର୍ମରେ ବିଦ୍ୟୁତ ଦୁର୍ଘଟଣା ଘଟି ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ଏହି ଘଟଣା ପରେ ୬ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଶୁକ୍ରବାର ଗୁଣ୍ଟୁର ଜିଲ୍ଲାର ରେପାଲରେ ଥିବା ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ସର୍ଟ ସର୍କିଟ ଯୋଗୁଁ ଏହି ୬ ଜଣ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ୬ ଜଣ ହେଲେ ରାମମୂର୍ତ୍ତି, କିରଣ, ମନୋଜ, ପାଣ୍ଡାବୋ, ମହେନ୍ଦ୍ର ଏବଂ ନବୀନ।
ମିଳିଥିବା ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରୁ ଜଣେ ଗୁଣପୁରର ହୋଇଥିବା ବେଳେ ୩ ଜଣ ତାରମାଳର ଓ ୨ ଜଣ ଫୁଲଫୁଟି ଗାଁର। ତେବେ ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଫ୍ୟାକ୍ଟ୍ରି ମାଲିକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।












Click it and Unblock the Notifications