ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହୀରାକୁଦ ବିସ୍ଥାପିତ ୨ ହଜାର ପରିବାରଙ୍କୁ ମିଳିବ ଘରଡିହ

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିବ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଝାରସୁଗୁଡା: ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିବ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାରା ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ । ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ ଅବସରରେ ଏପରି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Hirakud Dam

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହୀରାକୁଦ ନଦୀବନ୍ଧ ପ୍ରକଳ୍ପ ଦ୍ୱାର ଝାରସୁଗୁଡା ଜିଲ୍ଲାର ଯେଉଁ ୨ ହଜାର ପରିବାର ବିସ୍ଥାପିତ ହୋଇଥିଲେ ସେମାନଙ୍କୁ ଘରଡିହ ଯୋଗାଇ ଦିଆଯିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଦ୍ୱାରା ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ପୁରଣ ହୋଇଛି ।

ସୂଚନାଯୋଗ୍ୟ ଯେ, ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି ୱାଟର ଟ୍ରିଟମେଣ୍ଟ ପ୍ରକଳ୍ପ ର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+