ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞୁରୀ
ଭୁବନେଶ୍ୱର ଏମ୍ସ (AIIMS) ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି ।
ଭୁବନେଶ୍ୱର: ସ୍ଥାନୀୟ ଏମ୍ସ (AIIMS) ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ ।

ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । AIIMS ପରି ଏକ ସର୍ବଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ, ଏସିବି ମେଡିକାଲ (SCB medical) ଏବଂ ଏମକେସିଜି (MKCG medical) ଏବଂ ଭିମସାର (VIMSAR) ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତ୍ତମାନ 338ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି ।












Click it and Unblock the Notifications