Get Updates
Get notified of breaking news, exclusive insights, and must-see stories!

ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ, 15 ଦିନ ପାଇଁ ରିଲିଫ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବନ୍ୟା ବିପନ୍ନ ଲୋକମାନଙ୍କୁ 15 ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ 5T ସଚିବ ଭି.କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।

CM Naveen

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁ ଗାଈ ମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।

CM Naveen

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କରେ ପାଣି ପଶିଛି । ସେଠାରେ ବିପନ୍ନ ଲୋକମାନଙ୍କୁ 15 ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ । ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର 15 ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+