ଗଜପତିରେ BSKY ହେଲ୍ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୩୭ଟି ପ୍ରକଳ୍ପର ଉଦ୍ଘାଟନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଞ୍ଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ
ଗଜପତି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଞ୍ଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ଜିଲ୍ଲା ମୋ ପାଇଁ ସ୍ୱତନ୍ତ୍ର।

ସେହିପରି କାର୍ଯ୍ୟକ୍ରମରେ ୮୨୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଏଥି ସହିତ ଗଜପତି ଜିଲ୍ଲାର ପାରିପାର୍ଶ୍ୱିକ ଉନ୍ନତି ପାଇଁ ୩୬ କୋଟି ଟଙ୍କା ପ୍ରଦାନ କରିଥିବା ନେଇ ଘୋଷଣା କରିଛିନ୍ତି ।
ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗଜପତି ଜିଲ୍ଲାର ମହାନ ଜନ ନାୟକ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ସ୍ଣରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ସମସ୍ତ ମହାପୁରୁଷଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଜିଲ୍ଲାବାସୀ ନିରୋଗ ଜୀବନ ଯାପନ କରିପାରିବେ ।
ଉଲ୍ଲେଖଯୋଗ୍ୟ, ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ। ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ। ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ। ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡ଼ିବନି। କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ। ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ। ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ।












Click it and Unblock the Notifications