Get Updates
Get notified of breaking news, exclusive insights, and must-see stories!

ବଲାଙ୍ଗୀରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ନବୀନ

ବଲାଙ୍ଗୀରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡର ଶୁଭାରମ୍ଭ ରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ରୂପରେ ଆସିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରିଛନ୍ତି ନବୀନ ।

ବଲାଙ୍ଗୀର: ବଲାଙ୍ଗୀରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡର ଶୁଭାରମ୍ଭ ରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ରୂପରେ ଆସିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରିଛନ୍ତି ନବୀନ । ଏହି ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ସହ ହିତାଧିକାରୀଙ୍କୁ କାର୍ଡ ବାଣ୍ଟିଛନ୍ତି ନବୀନ ।

Biju Swasthya Kalyan Yojana

ଏଥିରେ ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ । ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ ।

ଏହାବ୍ୟତୀତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ହରିଶଙ୍କର ପର୍ଯ୍ୟଟନସ୍ଥଳୀର ବିକାଶ , ବଲାଙ୍ଗିରରେ ନୂତନ ବସ ଟର୍ମିନାଲର ଉଦଘାଟନ କରିଛନ୍ତି । ମୋଟ ୮୨୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ ।

ନବୀନ ନିଜ ଅଭିଭାଷଣରେ ସମଲେଶ୍ୱରୀଙ୍କୁ ପ୍ରଣାମ କରିବା ସହ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି । ଆଉ ଆଜି ବଲାଙ୍ଗୀରରେ ଏହାର ଶୁଭାରମ୍ଭ କରି ମୁଁ ବେଶ ଖୁସି ବୋଲି କହିଛନ୍ତି ନବୀନ । ବଲାଙ୍ଗୀର ଜିଲ୍ଲାର ସାଢେ ୪ ଲକ୍ଷ ଲୋକ ଏହି କାର୍ଡ ପାଇବେ। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+