Get Updates
Get notified of breaking news, exclusive insights, and must-see stories!

ନୂଆପଡ଼ାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୪୭୫ କୋଟି ଟଙ୍କାର ପ୍ରକଳ୍ପର କଲେ ଉଦଘାଟନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୭୩ ଲକ୍ଷ ଲୋକ ଏହି ସୁବିଧା ପାଇବେ ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୭୩ ଲକ୍ଷ ଲୋକ ଏହି ସୁବିଧା ପାଇବେ । ନୂଆପଡା ସହିତ ରାଜ୍ୟର ୧୦ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂଆପଡାରେ ପ୍ରାୟ ୪୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

Nuapada

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭଲ ପିଇବା ପାଣି ହେଉଛି ନୂଆପଡାର ଗୋଟିଏ ବଡ ସମସ୍ୟା । ତାକୁ ଦୂର କରିବା ପାଇଁ ଜିଲ୍ଲାର ସବୁ ବ୍ଲକ୍‌, ସବୁ ଗାଁ ଓ ସବୁ ପଡାକୁ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଜାରି ରହିଛି । ନୂଆପଡା ଓ କୋମନା ପାଇଁ ଦୁଇଟି ମେଗା ପାଇପ ପାଣି ଯୋଜନା ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ । ଏହାଦ୍ବାରା ଜିଲ୍ଲାର ୮୦ ପ୍ରତିଶତ ଲୋକ ଭଲ ପିଇବା ପାଣି ପାଇପାରିବେ ।

ସେହିପରି BSKY ସ୍ମାର୍ଟସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ନୂଆପଡାର ଚାଷୀ ମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ନୂଆପଡା ନୂଆ ପରିଚୟ ନେଇ ଆଗକୁ ବଢୁଛି । ନୂଆପଡାର ଚାଷୀମାନେ ଆଜି ବିଭିନ୍ନ ପ୍ରକାର ଫସଲ କରିବା ସହିତ ଫସଲର ବିବିଧକରଣ, ଜୈବସାର ଓ କୀଟନାଶକ ଉପରେ ଗୁରୁତ୍ବ ଦେଉଛନ୍ତି । ଚାଷୀ ମାନଙ୍କର ରୋଜଗାର ବଢିବା ସହିତ ଲାଭ ମଧ୍ୟ ହେଉଛି।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ନୂଆପଡାର ବିକାଶ ଉପରେ ଆଲୋକପାତ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+