Get Updates
Get notified of breaking news, exclusive insights, and must-see stories!

ସୁନ୍ଦରଗଡରେ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ର ସ୍ମାର୍ଟ କାର୍ଡ ବାଣ୍ଟିଲେ ନବୀନ

ଆଜି ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ନବୀନ ।

ରାଉରକେଲା: ଆଜି ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ନବୀନ । ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହ ଜିଲ୍ଲାର କିଛି ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ପ୍ରାୟ ୬୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ନବୀନ ।

CM Naveen

ସୁନ୍ଦରଗଡ ଜିଲ୍ଲାର ମୋଟ ୪ ଲକ୍ଷ ୩୭ ହଜାର ୩୩୩ ରାସନକାର୍ଡ ଧାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରାଯିବ । ଏହି କାର୍ଡରୁ ଜିଲ୍ଲାର ମୋଟ ୧୫ ଲକ୍ଷ ୯ ହଜାର ୬୩୧ ଲୋକ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ । ରାଉରକେଲା ମୋଟ ୬୮ ହଜାର୫୭୫ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ । ଏହା ଦ୍ବାରା ୨ ଲକ୍ଷ ୨୩ ହଜାର ୪୧୮ ଜଣ ଉପକୃତ ହେବ । ସୁନ୍ଦରଗଡ ପୌରପାଳିକାରେ ୫, ୪୦୭, ରାଜଗାଙ୍ଗପୁର ପୌରପାଳିକାରେ୮,୭୯୧, ବୀରମିତ୍ରପୁର ପୌରପାଳିକାରେ ୬, ୫୧୪ ଜଣଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ ।

ସେହିଭଳି ବାଲିଶଙ୍କରା ବ୍ଲକରେ ୨୩, ୧୪୯, ବଡଗାଁରେ ୧୮,୨୪୦, ବିଶ୍ରାରେ ୧୬,୭୦୫, ବଣାଇରେ୧୫,୯୮୯, ଗୁରୁଣ୍ଡିଆରେ ୧୭,୩୬, ହେମଗିରିରେ ୨୧,୫୯୮, କୋଇଡାରେ୧୮,୭୯୦, କୁଆରମୁଣ୍ଡାରେ୨୪,୬୫୮, କୁତ୍ରାରେ ୧୯,୫୭୬ କାର୍ଡଧାରୀଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ । ଅନୁରୂପ ଭାବେ ଲହୁଣୀପଡା ବ୍ଲକରେ ୨୩,୪୭୩, ଲାଠିକଟାରେ୨୬,୩୩୭୮, ଲେଫ୍ରିପଡାରେ ୨୦,୪୬୪, ନୂଆଗାଁରେ୨୬,୩୩୭, ରାଜଗାଙ୍ଗପୁରରେ ୨୪,୭୦, ସବଡେଗାରେ ୧୬,୪୮୫, ସୁନ୍ଦରଗଡ ସଦର ବ୍ଲକରେ୧୭,୭୫୦, ଟାଙ୍ଗରପାଲି ବ୍ଲକରେ୧୭,୩୮୯ ରାସନ କାର୍ଡଧାରୀଙ୍କୁ ଏହି ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+