For Quick Alerts
Turn On Notification  
For Daily Alerts
Oneindia App Download

ଶିଶୁ ଦିବସରେ ୧୩୮ ରୂପାନ୍ତର ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

|

ଭୁବନେଶ୍ୱର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୁପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

Schools Transformation

କେବଳ କେନ୍ଦୁଝରରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା। ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ। ଆଜି ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦ୍ଧର ୧୦ଟି, ସୋନପୁରର ୧୧ଟି, ଭଦ୍ରକର ୧୭ଟି ଓ କେନ୍ଦୁଝରର ୧୦୦ଟି ସ୍କୁଲ ରହିଛି ।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଛନ୍ତି, ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଶିକ୍ଷା ହେଉଛି ରୂପାନ୍ତରର ପ୍ରଥମ ପାହାଚ। ଶିକ୍ଷା ଭିତ୍ତିଭୂମିର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ । ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, "ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଜ୍ଞାନକୌଶଳ ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଆହ୍ୱାନକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।"

5T ହେଉଛି- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
CM Naveen Inaugurated 138 5T Schools Transformation on Children's Day
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X