ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଆଜି ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦେବଗଡର ଏହି ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲରେ ଶିଶୁ ଶଯ୍ୟା ସହିତ ୧୨ଟି ICU, ୩୨ଟି HDU, ସ୍ବତନ୍ତ୍ର ଶିଶୁ ୱାର୍ଡ ସହିତ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଉପକରଣ ଓ ପରୀକ୍ଷାଗାରର ସୁବିଧା ରହିଛି । ଏହି ଡାକ୍ତରଖାନାରେ ସମସ୍ତ ଚିକିତ୍ସା ସୁବିଧା, ଔଷଧ ଯୋଗାଣ, ରୋଗୀଙ୍କୁ ଖାଦ୍ୟ ବ୍ୟବସ୍ଥା ଦାୟିତ୍ବ ରାଜ୍ୟ ସରକାର ହାତକୁ ନେଇଛନ୍ତି । ପୂର୍ବରୁ ଦେବଗଡରେ ୧୪୦ ଶଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍ପିଟାଲ କାର୍ଯ୍ୟ କରୁଛି । ଏହାଦ୍ବାରା ଜିଲ୍ଲାରେ ବର୍ତ୍ତମାନ ଦୁଇଟି କୋଭିଡ ହସ୍ପିଟାଲ ପ୍ରତିଷ୍ଠିତ ହେଲା ।
ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡର ଦ୍ବିତୀୟ ଲହର ଏପର୍ଯ୍ୟନ୍ତ ଶେଷ ନ ହୋଇଥିବା ବେଳେ, ତୃତୀୟ ଲହରର ସୂଚନା ଆସିଲାଣି । ଏହାର ମୁକାବିଲା ପାଇଁ ଆମର ପ୍ରସ୍ତୁତି ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାରେ Liquid Medical Oxygenର ସୁବିଧା ସହିତ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି । କୋଭିଡ ପରିଚାଳନାରେ ଆମର ନୀତି ହେଉଛି-ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ରାଜ୍ୟ ସରକାର ଚିକିତ୍ସା, ଟେଷ୍ଟିଂ, ଖାଦ୍ୟ ଆଦି ସବୁ ବ୍ୟବସ୍ଥାର ଦାୟିତ୍ବ ନିଜ ହାତକୁ ନେଇଛନ୍ତି । ଏହାଦ୍ବାରା ବ୍ୟବସ୍ଥା ପ୍ରତି ଲୋକଙ୍କ ବିଶ୍ବାସ ମଜବୁତ ହୋଇଛି । ଉତ୍ତମ ସ୍ବାସ୍ଥ୍ୟ ଭିତ୍ତିଭୂମି ଯୋଗୁ ମହାମାରୀର ଅନିଶ୍ଚିତତାକୁ ଆମେ ଭଲ ଭାବରେ ମୁକାବିଲା କରିପାରିବୁ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ପୁଣି ଖସିଲା ସୁନା-ରୂପା ରେଟ୍ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
ଶୁଭମନ ଗିଲ୍ ସର୍ବଶ୍ରେଷ୍ଠ ଅନ୍ତରାଷ୍ଟ୍ରୀୟ କ୍ରିକେଟର -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଗହଣା କିଣିବା ପୂର୍ବରୁ ପକାନ୍ତୁ ନଜର, ଜାଣିରଖନ୍ତୁ ଆଜିର ଦାମ୍











Click it and Unblock the Notifications