ଆହୁରି ଶକ୍ତିଶାଳୀ ହେବ 'ମିଶନ ଶକ୍ତି', ଇ-ମାର୍କେଟ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଆଜି ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଆଜି ଅନେକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ, କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା, ଫେଡେରେସନ ଇସି ମେମ୍ବର ମାନଙ୍କ ବୈଠକ ବାବଦ ଦେୟ ଓ ଗସ୍ତ ପାଇଁ ଭତ୍ତା ଘୋଷଣା, ଜିଲ୍ଲା ସ୍ତରରେ ମିଶନ ଶକ୍ତି ଗଠନ ପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏ ଘୋଷଣା ଆଦି ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ତୃଣମୂଳ ସ୍ତରରେ ମିଶନ ଶକ୍ତି ଆନ୍ଦୋଳନ ଆହୁରି ଜୋରଦାର ହେବା ସହିତ ଆର୍ଥିକ ଦୃଷ୍ଟିରୁ ଅଧିକ ସଶକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Mission Shakti

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ମା ମାନଙ୍କ ସଶକ୍ତିକରଣ ବିନା କୌଣସି ରାଜ୍ୟ ବା ଦେଶ କିମ୍ବା ପରିବାର ଆଗେଇ ପାରିବ ନାହିଁ । ଓଡିଶା ମିଶନ ଶକ୍ତି ମା ମାନଙ୍କ ସଶକ୍ତିକରଣ ଦିଗରେ ସବୁବେଳେ ବାଟ ଦେଖାଇ ଚାଲିବ। ୨୦ ବର୍ଷ ତଳେ ଆରମ୍ଭ ହୋଇଥିବା ମିଶନ ଶକ୍ତି କାର୍ଯ୍ୟକ୍ରମ ଆଜି ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଆନ୍ଦୋଳନ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସ୍ବତନ୍ତ୍ର ବିଭାଗ ଅଛି । ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି । ଏବେ ରାଜ୍ୟ ସରକାରଙ୍କ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି । ମିଶନ ଶକ୍ତିର ମା ମାନେ ଏବର୍ଷ ଏପର୍ଯ୍ୟନ୍ତ ୬୦୦୦ କୋଟି ଟଙ୍କାର ଋଣ ନେଇଛନ୍ତି । ଏହି ଋଣ ପାଇଁ ସୁଧ ରିହାତି ବାବଦରେ ୨୦୦ କୋଟି ଟଙ୍କା ଦିଆଗଲା । ଏଥିପାଇଁ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ ।

ଷ୍ଟେଟ ବ୍ୟାଙ୍କ, ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ, ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ, ପଞ୍ଜାବ ନେସ୍‌ନାଲ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କ ଆଦି ବ୍ୟାଙ୍କ ଗୁଡିକୁ ସୁଧ ରିହାତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ଅନ୍ୟ ବ୍ୟାଙ୍କଗୁଡିକ ମାନେ ଏହିଭଳି ଭାବରେ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

Mission Shakti

ମିଶନ ଶକ୍ତିର ମା ମାନଙ୍କ ଦ୍ବାରା ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିଭୂମି ରଖିଥିଲେ । ଏହାସହିତ ମିଶନ ଶକ୍ତିର ଅନ୍‌ଲାଇନ ମାର୍କେଟିଂର ଶୁଭାରମ୍ଭ ମଧ୍ୟ କରିଥିଲେ । ଏହାଦ୍ବାରା ସାରା ବିଶ୍ବରେ ମିଶନ ଶକ୍ତି ମା ମାନଙ୍କର ଦ୍ରବ୍ୟ ବିକ୍ରୟ ହୋଇପାରିବ ଏବଂ ଆମେରିକା ଓ ଲଣ୍ଡନର ଲୋକମାନେ ମୟୁରଭଂଜ ଓ ମାଲକାନଗିରିର ମିଶନ ଶକ୍ତି ମା ମାନଙ୍କର ଦ୍ରବ୍ୟ କିଣି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ମା ମାନଙ୍କ ରୋଜଗାର ବୃଦ୍ଧି ହେବ ବୋଲି ସେ କହିଥିଲେ । ଆଗାମୀ ଦିନରେ ସାରା ରାଜ୍ୟରେ ଏଭଳି ମିଶନ ଶକ୍ତି ବଜାର ସୃଷ୍ଟି କରାଯିବ ବୋଲି ସେ ଘୋଷଣା କରିଥିଲେ ।

ଆର୍ଥିକ ଦୃଷ୍ଟିରୁ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁ ଗାଁରେ ବ୍ୟାଙ୍କ ନାହିଁ, ସେଠାରେ ସ୍ବୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ସଖୀ ମାନଙ୍କୁ ଦାୟିତ୍ବ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏବେ ସବୁ ପଞ୍ଚାୟତ ଓ ୱାର୍ଡରେ ମିଶନ ଶକ୍ତି ଘର ନିର୍ମାଣ କରାଯାଉଛି । ସବୁ ବ୍ଲକ୍‌ ଓ ରାଜ୍ୟ ସ୍ତରରେ ମଧ୍ୟ ମିଶନ ଶକ୍ତି ଭବନ କରାଯିବ ବୋଲି ସେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ପ୍ରତି ଜିଲ୍ଲାରେ ଜିଲ୍ଲା ମିଶନ ଶକ୍ତି ଭବନ ନିର୍ମାଣ କରାଯିବ। ଏଥିପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏ ଦିଆଯିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତିର ମା ମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ସମସ୍ୟା ସମାଧାନ ପାଇଁ ବ୍ୟବସ୍ଥା କରିବାକୁ ମିଶନ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ମିଶନ ଶକ୍ତି ମା ମାନଙ୍କ ଅନୁରୋଧ ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ଫେଡେରେସନର EC ସଦସ୍ୟ ମାନଙ୍କ ବୈଠକ ବାବଦ ଖର୍ଚ୍ଚ ଓ ଗସ୍ତ ପାଇଁ ଭତ୍ତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ସେ ୨୦୦ କୋଟି ଟଙ୍କା ମଞ୍ଜୁର ହୋଇଛି ।

ସେହିପରି ପଞ୍ଚାୟତ ସ୍ତରରେ ସବୁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ (Uniform) ପାଇଁ ଭତ୍ତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । କୋଭିଡ ଠାରୁ ଆରମ୍ଭ କରି ବିଭିନ୍ନ ଜରୁରୀ ସମୟରେ ମିଶନ ଶକ୍ତିର ମା ମାନେ ଭଲ କାମ କରିଛନ୍ତି । ସେଥିପାଇଁ ଓଡିଶା ଋଣୀ । ମିଶନ ଶକ୍ତିର ମା ମାନଙ୍କୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେମାନେ ମିଶନ ଶକ୍ତିର ଗୌରବ ବୃଦ୍ଧି କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜି ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିବା ସହିତ ଭୁବନେଶ୍ବର SIRD campusରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତି ରଖିଥିଲେ। ଏହାସହିତ ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଭର୍ଚ୍ୟୁଆଲ ମାଧ୍ୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ୩୧୪ ବ୍ଲକ୍‌ର ବ୍ଲକ୍‌ ଫେଡେରେସନର ସଭାନେତ୍ରୀମାନେ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+