ସୁନ୍ଦରଗଡରେ ୪୯୩ କୋଟି ଟଙ୍କାର ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ ଏବଂ ଏହାଦ୍ବାରା ସୁନ୍ଦରଗଡ ମ୍ୟୁନିସପାଲଟି, ସୁନ୍ଦରଗଡ ସଦର ବ୍ଲକ୍, ଲେଫ୍ରିପଡା, ବାଲିଶଂକରା ଓ ଟାଙ୍ଗରପାଲି ଆଦି ବ୍ଲକ୍ର ୪୭ ହଜାର ଲୋକ ଉପକାର ପାଇବେ । ଏହାସହିତ ୪୮୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ । ଉପରୋକ୍ତ ବ୍ଲକ୍ଗୁଡିକରେ ଘରେ ଘରେ ପାନୀୟ ଜଳଯୋଗାଣ ସୁବିଧା ହୋଇପାରିବ ଓ ମତ୍ସ୍ୟଜୀବୀ ମାନେ ଏହି ବ୍ୟାରେଜରେ ମାଛ ଚାଷ କରି ଜୀବିକା ଉପର୍ଜନ କରିପାରିବେ । ଏହି ଦୁଇଟି ବ୍ୟାରେଜ ଉପରେ ବ୍ରିଜ କରାଯାଉଥିବାରୁ ଲେଫ୍ରିପଡା ଓ ଟାଙ୍ଗରପଲ୍ଲୀ ବ୍ଲକ୍ର ଲୋକମାନେ ରାଉରକେଲା ସହିତ ସିଧାସଳଖ ଯୋଗାଯୋଗ ସୁବିଧା ପାଇବେ ।

CM Naveen

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ଇନ-ଷ୍ଟ୍ରିମ୍ ଷ୍ଟୋରେଜ୍ ଗଠନର ନିର୍ମାଣ ଯୋଜନା ଆରମ୍ଭ କରିଛନ୍ତି । ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ଟି ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ । ଯାହାଫଳରେ ଚାଷୀ ଜମିକୁ ସବୁ ଦିନ ପାଇଁ ପାଣି ପାଇପାରିବ । ଭୂତ୍ତଳ ଜଳସ୍ତର ଠିକ୍‌ ରହିବ । ଆଖପାଖ ଗାଁ ମାନଙ୍କରେ ବିଶୁଦ୍ଧ ପାଇପ ପାଣି ଯୋଗାଣ ହୋଇପାରିବ । ଆଜି ସୁନ୍ଦରଗଡରେ ଆରମ୍ଭ ହୋଇଥିବା ଦୁଇଟି ପ୍ରକଳ୍ପ ଏହି ଯୋଜନାର ଅଂଶବିଶେଷ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ସୁନ୍ଦରଗଡ ହେଉଛି ଓଡିଶାର ବିକାଶର ବତୀ ଘର । ରାଉରକେଲା ସହର, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଉରକେଲାର NIT ଓଡିଶାର ଗୌରବ ବୃଦ୍ଧି କରିଛି । ଏହି ତିନୋଟିଯାକ ଗୁରୁତ୍ବପୁର୍ଣ୍ଣ ପ୍ରକଳ୍ପରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଜଡିତ । ସୁନ୍ଦରଗଡ ସାରା ଦେଶକୁ ବହୁତ କିଛି ଦେଇଛି । ସୁନ୍ଦରଗଡର କୋଇଲା, ଦେଶକୁ ଶକ୍ତି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୁନ୍ଦରଗଡର ହକି ଖେଳାଳୀମାନେ ଦେଶ ପାଇଁ ଗୌରବ ଆଣିଛନ୍ତି ଓ ଗର୍ବିତ କରିଛନ୍ତି । ତେଣୁ ସୁନ୍ଦରଗଡରେ AIIMS ସୁନ୍ଦରଗଡବାସୀଙ୍କର ହକ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁନ୍ଦରଗଡରେ ୫-ଟି ସ୍କୁଲ ଟ୍ରାନ୍ସଫରମେସନ୍‌ ଠାରୁ ଆରମ୍ଭ କରି ମିଶନ ଶକ୍ତି ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ପାଇଁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହିତ ଜିଲ୍ଲାର ବହୁ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡର ସୁଯୋଗ ନେଇ ଉନ୍ନତ ଚିକିତ୍ସା ସୁବିଧା ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ରାଜ୍ୟ ସରକାର ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମର ସୁଯୋଗ ନେଇ ନୂଆ ଓଡିଶା ଗଠନରେ ନିଜ ନିଜର ଅବଦାନ ରଖିବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+