Get Updates
Get notified of breaking news, exclusive insights, and must-see stories!

କଳାହାଣ୍ଡିରେ ୧୪ ଲକ୍ଷ ଲୋକେ ପାଇବେ ସ୍ମାର୍ଟ କାର୍ଡ ସୁବିଧା, ୮୬୦ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ ।

କଳାହାଣ୍ଡି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି । ସେହିପରି ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

CM Naveen

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ସେହିପରି ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି । ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି ବୋଲି ସେ କହିଛନ୍ତି । ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ - ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି, ଯେ କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି । କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇ ସେ କହିଥିଲେ ଯେ କଳାହାଣ୍ଡିରେ 100 ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+