ସ୍କୁଲରୁ ହେବ ଅଲମ୍ପିକ ପ୍ରସ୍ତୁତି, ଓଡ଼ିଶା ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଅଲିମ୍ପିକ୍ ପାଇଁ ସ୍କୁଲ ସ୍ତରରୁ ହେବ ପ୍ରସ୍ତୁତି । ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ମାନସିକ ଭାବେ ପ୍ରସ୍ତୁତ କରିବାକୁ ଆରମ୍ଭ ହୋଇଛି ଅଲମ୍ପିକ୍ସ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମ । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର: ଅଲିମ୍ପିକ୍ ପାଇଁ ସ୍କୁଲ ସ୍ତରରୁ ହେବ ପ୍ରସ୍ତୁତି । ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ମାନସିକ ଭାବେ ପ୍ରସ୍ତୁତ କରିବାକୁ ଆରମ୍ଭ ହୋଇଛି ଅଲମ୍ପିକ୍ସ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମ । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍କୁଲରେ ଅଲମ୍ପିକ ମୂଲ୍ୟବୋଧ ଶିକ୍ଷା ପ୍ରଚଳନ କରାଯିବ ।

ପ୍ରାଥମିକ ଭାବେ ଭୁବନେଶ୍ୱର ଓ ରାଉରକେଲାର ୯୦ଟି ସ୍କୁଲରେ ଆରମ୍ଭ ହୋଇଛି ଯୋଜନା। ଏହାଦ୍ୱାରା ଓଡ଼ିଶାର ଛାତ୍ରଛାତ୍ରୀ ସ୍କୁଲ ସମୟରୁ ହିଁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ । ବ୍ୟକ୍ତିତ୍ୱ ବିକାଶରେ ଶିକ୍ଷା ସହ ସ୍ପୋର୍ଟସର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଏହି ଅଲିମ୍ପିକ ଶିକ୍ଷାଦାନ ଚୀନ ଓ ଜାପାନ ଭଳି ଖେଳାଳି ସୃଷ୍ଟି ଉଦେଶ୍ୟରେ ଆରମ୍ଭ ହୋଇଛି । ଏହି କସରତ ତୃଣମୂଳ ସ୍ତରରୁ ପିଲାଙ୍କୁ ଅଲିମ୍ପିକ୍ ସମ୍ପର୍କରେ ଶିକ୍ଷା ଦିଆଯିବ । ସାରା ଦେଶରେ ଓଡିଶା ପ୍ରଥମ ରାଜ୍ୟ ଭାବେ ଏଭଳି ନିଷ୍ପତି ନେଇଛି ।
ସାରା ଦେଶରେ ଓଡ଼ିଶା ଏକ ସ୍ପୋର୍ଟ ହବ୍ ଭାବେ ପରିଚିତି ଲାଭ କରିଛି । ଏପରି କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟ ଛାତ୍ରଛାତ୍ରୀମାନେ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଏହି ଅବସରରେ ଆଇଓସି, ଅଲିମ୍ପିଆନ୍ ଅଭିନବ ବିନ୍ଦ୍ରା, ଆଇଓଏ ସଭାପତି ନରିନ୍ଦର ବାତ୍ରାଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲାର ୯୦ ଟି ସ୍କୁଲରେ ଆରମ୍ଭ ହୋଇଛି । ଏହି ଯୋଜନା ରାଉରକେଲାର ୨୭ ଟି ଓ ଭୁବନେଶ୍ୱରର ୬୩ ସ୍କୁଲରେ ଏହି ଯୋଜନା ଆରମ୍ଭ ହୋଇଛି । ଆଗାମୀ ୨୦୨୮ ଅଲିମ୍ପିକ୍ସକୁ ଦୃଷ୍ଟିରେ ରଖି ଏବେଠାରୁ ହିଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର। ସ୍କୁଲପିଲାଙ୍କୁ ଅଲିମ୍ପିକ୍ସ ବାବଦରେ ଶିକ୍ଷା ଓ ବିଭିନ୍ନ ଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରଶିକ୍ଷଣ ଦେବା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications