ମାଲକାନଗିରିରେ ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମାଲକାନଗିରିରେ ୪ଜଣ ଓ ଗଞ୍ଜାମ ଆର୍ଯ୍ୟପଲୀରେ ୨ ଜଣଙ୍କର ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ସୂଚନାଥାଉ କି, ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନ ଭିନ୍ନ ଦୁର୍ଘଟଣାରେ ଚାରି ଜଣଙ୍କ ମୃତ୍ୟୁ ହୋଇଛି । କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗାବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ସେହିପରି ଏୟାରଷ୍ଟ୍ରିପର ପାଚେରୀ ଭୁଶୁଡ଼ି ଦୁଇଜଣଙ୍କ ମୃତ୍ୟୁ ହୋଇଥିଲା । ଏହାସହ ଆହତଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ସେହିପରି ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧୋଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଥିଲା । ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।












Click it and Unblock the Notifications