ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା
ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ ।
ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।

ତେବେ ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ । ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ । କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।
ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ । ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । କେନ୍ଦୁପତ୍ର ହିତାଧିକାରୀ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ ।
ଉଲ୍ଲେଖଯୋଗ୍ୟ ଯେ, ଗତ ବର୍ଷ ନଭେମ୍ବରରେ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ଘୋଷଣା ହୋଇଥିଲା । ମଧ୍ୟବର୍ତ୍ତୀ କାଳୀନ ସହାୟତା ଭାବରେ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଥିଲା ୧୫୦୦ ଟଙ୍କା । ଡିବିଟି ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଥିଲା ।












Click it and Unblock the Notifications