ମନରେଗା ଶ୍ରମିକମାନଙ୍କୁ କୋଭିଡ ସହାୟତା, ୩୫୨ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମନରେଗା ଶ୍ରମିକମାନଙ୍କୁ ମିଳିବ କୋଭିଡ ସହାୟତା । ୩୫୨ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ମନରେଗା ଶ୍ରମିକମାନଙ୍କୁ ମିଳିବ କୋଭିଡ ସହାୟତା । ୩୫୨ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଭିସି ଯୋଗେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ରାଜ୍ୟରେ ପ୍ରାୟ 30 ଲକ୍ଷ ନିର୍ମାଣ ଶ୍ରମିକ ଫଳପ୍ରଦ ହେବେ ।

MGNREGA

ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ଯେକ ଦିନର ମଜୁରି ସହିତ ଆଉ ଅତିରିକ୍ତ 50 ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟରେ ଜମା କରାଗଲା । ଏହାଦ୍ବାରା ପ୍ରତ୍ଯେକ ଶ୍ରମିକ 4500 ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଜଯ କରିବା ବୋଲି ଆଶା ପ୍ରକାଶ କରିଥିଲେ । ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । MGNREGS ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ , ଶ୍ରମିକ , ଦୁଗ୍ଧ ଚାଷୀ , ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ଯାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । କରୋନାର ଦ୍ଵିତୀୟ ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+