ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ନିର୍ମାଣ ହେବ ହଜାରେ ଆସନ ବିଶିଷ୍ଟ ଅତ୍ୟାଧୁନିକ ଅଡିଟୋରିୟମ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି ।

CM Naveen Patnaik

ଜୟପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ କହିଛନ୍ତି ଯେ, ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।

'ଆପଣମାନେ ଖୁସି ତ?' ଉଦବୋଧନରୁ ଅଭିଭାଷାଣ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ବିପୁଳ ଉତ୍ସାହ, ଆନନ୍ଦ, ଉଲ୍ଲାସ ଓ କରତାଳି ମଧ୍ୟରେ ସ୍ବାଗତ କରିଥିଲେ । ଏହି ଘୋଷଣା ପାଇଁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଆମ ଭିତରେ ଥିବା ସଂଭାବନାକୁ ବୃଦ୍ଧି କରିଥାଏ। ଯୁବସମାଜ ଉପରେ ତାଙ୍କର ପୁରା ଆସ୍ଥା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ ଏବଂ ସମାଜ ସହିତ ଯୋଡି ହୋଇ ରୁହନ୍ତୁ । ନିଜର ତଥା ନିଜ ପରିବାରର ଏବଂ ସାରା ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।

ସେପଟେ କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି । ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି ।

ସେହିଭଳି ୧୨୩୫ ଏସଏଚଜି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ୫୦ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରାଯାଇଛି । ମୋଟ ୧୨,୫୦୦ ମହିଳାଙ୍କୁ ଏହି ଋଣ ଟଙ୍କା ମିଳିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ ବୋଲି ସେ କହିଥିଲେ । ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+