ହଜାରିବାଗ ତୀର୍ଥଯାତ୍ରୀ ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଲେଖାଏଁ ସହାୟତା
ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ତୀର୍ଥଯାତ୍ରୀମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକମାନେ ଅଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଝାଡ଼ଖଣ୍ଡ ହଜାରୀବାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ଧକ୍କାରେ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡିଛି । ଦୁର୍ଘଟଣାରେ ୪ ଜଣ ଓଡ଼ିଆଙ୍କ ମୃତ୍ୟୁ ହୋଥିବା ବେଳେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଅନୁଗୁଳର ୨ ଓ ବାଲେଶ୍ୱରର ୨ ଜଣ । ୫୦ ଜଣଙ୍କୁ ନେଇ ଫେରୁଥିଲା ଟୁରିଷ୍ଟ ବସ୍ । ଗୟାରୁ ଓଡ଼ିଶା ଫେରୁଥିବା ବେଳେ ହୋଇଛି ଦୁର୍ଘଟଣା ।
ହଜାରିବାଗ ପୋଲିସ କହିଛି ଯେ, ଦୁର୍ଘଟଣର ଖବର ପାଇବା ମାତ୍ରେ ସେମାନେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଜଣଙ୍କର ଦେହାନ୍ତ ହୋଇଛି। ଅନ୍ୟ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଓଡିଶାରୁ ତୀର୍ଥଯାତ୍ରୀମାନେ ଗୟା ଯାଇ ସେଠାରୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି। ମାମଲାର ତଦନ୍ତ ଚାଲିଛି ବୋଲି ପୋଲିସ କହିଛି।












Click it and Unblock the Notifications