ସୋନପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା
ସୋନପୁରର ସଦର ବ୍ଲକର ଶରଧାବାଲି ସ୍କୁଲଠାରେ କାର୍ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ଭୁବନେଶ୍ୱର: ସୋନପୁରର ସଦର ବ୍ଲକର ଶରଧାବାଲି ସ୍କୁଲଠାରେ କାର୍ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।
ତେବେ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା ହୋଇଛି । ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।












Click it and Unblock the Notifications