Get Updates
Get notified of breaking news, exclusive insights, and must-see stories!

ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୧ କୋଟି ଟଙ୍କା,ସଂହତି ଓ ପ୍ରୟାସ ଯୋଜନାର ଲୋକାର୍ପଣକଲେ ମୁଖ୍ୟମନ୍ତ୍ରୀ

3ଟି ଆକାଂକ୍ଷା ହଷ୍ଟେଲ ଓ 68 ଟି ଅନ୍ୟ ଛାତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା 5.75 ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , 50 ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି, ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।

ଭୁବନେଶ୍ୱର: ସଂହତି ଓ ପ୍ରୟାସ ଯୋଜନାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ 3ଟି ଆକାଂକ୍ଷା ହଷ୍ଟେଲ ଓ 68 ଟି ଅନ୍ୟ ଛତ୍ରାବାସ ଉଦଘାଟନ, ହଷ୍ଟେଲରେ ରହୁଥିବା 5.75 ଲକ୍ଷ ଛାତ୍ରଛାତ୍ରୀଙ୍କୁ ମୋ ଛାତ୍ରାବାସ କାର୍ଡ , 50 ହଜାର ଛାତ୍ରଛାତ୍ରୀଙ୍କୁ ବୃତ୍ତି, ମାତୃଭାଷା ଭିତ୍ତିକ ଶିକ୍ଷାଦାନ ସଂହତି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।

ଏହିସବୁ କାର୍ଯ୍ୟକ୍ରମ ଗୁଡିକ ବିଭାଗର କାର୍ଯ୍ୟକ୍ରମରେ ଅଧିକ ଦକ୍ଷତା ଓ ସ୍ବଚ୍ଛତା ଆଣିବାରେ ସହାୟକ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି, ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର ।

naveen patnaik

ଜନଜାତି ଭାଇଭଉଣୀ ମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ଵ ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏସବୁ କାର୍ଯ୍ୟକ୍ରମ ଅନୁସୂଚିତ ଜାତି ଓ ଅନୁସୂଚିତ ପିଲାମାନଙ୍କ କୌଶଳ ବିକାଶରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ ନୂଆ ୬୮ଟି ଛାତ୍ରାବାସ ଉଦଘାଟିତ କରିଛନ୍ତି । 5T କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି, ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+