Get Updates
Get notified of breaking news, exclusive insights, and must-see stories!

ଜଗତସିଂହପୁରରେ ୨୧୪ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି ।

CM Naveen Patnaik

ଏହାବ୍ୟତୀତ ୪୩ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ମଧ୍ୟ ରଖିଛନ୍ତି । ଏହାଦ୍ବାରା ଜିଲ୍ଲାର ୧୨ ଲକ୍ଷ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ . ଏଥି ପାଇଁ ଆମେ କାମ କରୁଛୁ ଓ ଏହା ଆଗକୁ ମଧ୍ୟ ଜାରି ରହିବ ।

ଜଗତସିଂହପୁର ମା ଶାରଳା ଓ ଙ୍କ ପୀଠ ମାତୃ ପୀଠଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପାରାଦୀପ ଠାରେ ବିଜୁ ବାବୁ ଓଡିଶାର ଶିଳ୍ପ ବିକାଶ ପାଇଁ ଭିତ୍ତି ରଖିଥିଲେ। ପାରାଦୀପ ଆଜି ଦେଶର ଏକ ସମୃଦ୍ଧ ବନ୍ଦର ଭାବରେ ଅନେକ ସୁଯୋଗ ସୃଷ୍ଟି କରିଛି ଏବଂ ଆମ ଅର୍ଥନୀତିର ଜୀବନରେଖା ହୋଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମା ଶାରଳାଙ୍କ ପୀଠ ହେଉଛି ମାତୃ ପୀଠ । ଜିଲ୍ଲାର ମିଶନ ଶକ୍ତିର ମା ମାନେ ଆଜି ବିକଶର ସାରଥୀ ହୋଇଛନ୍ତି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବା ସହିତ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୧ କୋଟି ଟଙ୍କା ଓ ବ୍ଲକ୍‌ ସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ଏକ ରିଭଲ୍‌ଭିଂ ଫଣ୍ଡର ବ୍ୟବସ୍ଥା ରଖାଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ସ୍ବାସ୍ଥ୍ୟସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ଆମର ନୀତି ହେଉଛି ପ୍ରତି ଜୀବନ ମୂଲ୍ୟବାନ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସାରା ଦେଶ ପାଇଁ ଏକ ମଡେଲ ହୋଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଜି ପର୍ଯ୍ୟନ୍ତ ଏହି ଯୋଜନାରେ ୮ ଲକ୍ଷ ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ୧୬୦୦ କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗତସଂହପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୦୨ଟି ସ୍କୁଲର ରୂପାନ୍ତର କରାଯାଇଛି ଏବଂ ଚତୁର୍ଥ ପର୍ଯ୍ୟାୟରେ ଜିଲ୍ଲାର ସମସ୍ତ ସ୍କୁଲକୁ ରୂପାନ୍ତରଣ କରାଯିବ। ସେହିପରି ମୁଖ୍ୟମନ୍ତ୍ରୀ କହିଲେ ଯେ ମା ଙ୍କ ପୀଠର ଉନ୍ନତି ପାଇଁ ୪୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ଏବଂ 2023 ଡିସେମ୍ବର ସୁଦ୍ଧା ଏହି କାମ ସଂପୂର୍ଣ୍ଣ ହେବ ।

ଏହି କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ପାରାଦୀପ ବିଧାୟକ ସମ୍ବତ ରାଉତରାୟ, ତିର୍ତ୍ତୋଲ ବିଧାୟକ ବିଜୟ ଶଂକର ଦାସ ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବିକାଶର ଅଗ୍ରଦୂତ ଭାବେ ବର୍ଣ୍ଣନା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+