ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି ।

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫେରେନ୍‌ସିଂ ଜରିଆରେ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ୍‌ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି । ୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ଏହି ଆଇଟିଆଇରେ ଇଲେକ୍ଟ୍ରିସିଆନ, ଫିଟର, ଇଲେକ୍ଟ୍ରୋନିକ୍‌ସ ମେକାନିକ୍ ଓ ଡ୍ରେସ ମେକିଂ ପରି ୪ଟି ଟ୍ରେଡ୍‌ରେ ତାଲିମ ଦେବାର ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଓ ଭବିଷ୍ୟତର ଶିଳ୍ପଗୁଡିକର ନିଯୁକ୍ତି ଚାହିଦାକୁ ଦେଖି ଏହି ତାଲିମ ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ ଆଉ ଅଧିକ ଟ୍ରେଡରେ ତାଲିମ ଦେବାର ବ୍ୟବସ୍ଥା କରାଯିବ। ଏଥିରେ ଆଧୁନିକ ଲାବୋରେଟୋରୀ, ୱାର୍କସପ୍‌, ହଷ୍ଟେଲ ଆଦି ସମସ୍ତ ସୁବିଧା କରାଯାଇଛି ।

 CM Naveen

ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ବିକାଶ ହେବା ସହିତ ଦକ୍ଷ ଯୁବକଯୁବତୀଙ୍କର ଆବଶ୍ୟକତା ମଧ୍ୟ ରହିଛି । ଓଡିଶାରେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ପିଲାମାନଙ୍କର ଦକ୍ଷତା ବୃଦ୍ଧି ପାଇଁ Skilled in Odisha କାର୍ଯ୍ୟକ୍ରମକୁ ମିଶନ ମୋଡ୍‌ରେ କାର୍ଯ୍ୟକାରୀ କରାଯାଉଛି । ଏହାଦ୍ବାରା ବିଶ୍ବ ନିଯୁକ୍ତି ବଜାରରେ ଓଡିଶାର ପିଲାମାନଙ୍କର ଚାହିଦା ସବୁଠାରୁ ଅଧିକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଓଡିଶାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସଫଳତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ୧୨ ହଜାର ଆଇଟିଆଇ ମଧ୍ୟରୁ ଶ୍ରେଷ୍ଠ ଶହେଟି ମଧ୍ୟରେ ଓଡିଶାର ୧୦ଟି ଆଇଟିଆଇ ସ୍ଥାନ ପାଇଛନ୍ତି । ଏହା ଏକ ଗୌରବର କଥା ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଓଡିଶାର ପିଲାମାନେ ଜାତୀୟ ଓ ଆନ୍ତର୍ଜାତୀୟ ଦକ୍ଷତା ପ୍ରତିଯୋଗୀତାରେ ଉନ୍ନତ ପ୍ରଦର୍ଶନ କରି ଓଡିଶା ପାଇଁ ସୁନାମ ଆଣୁଛନ୍ତି। ଆଗାମୀ ଦିନରେ ମଧ୍ୟ ଓଡିଶାର ପିଲାମାନେ ଏଭଳି ସଫଳତାର ଧାରା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+