୬୮୯୧ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନବୀନଙ୍କ ଗୁରୁମନ୍ତ୍ର: ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ର ନିର୍ମାତା, ଜାତିର ଗୌରବ
ରାଜ୍ୟର ୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି ।
ଭୁବନେଶ୍ୱର: ରାଜ୍ୟର ୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଅପରାହ୍ନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ଯୋଗ ଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।

ନବ ନିଯୁକ୍ତ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଗୁରୁମନ୍ତ୍ର ଦେଇ କହିଛନ୍ତି ଯେ, ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ର ନିର୍ମାତା, ଜାତିର ଗୌରବ । ଦେଶର ଭବିଷ୍ୟତ ଓ ଆଗାମୀ ପୀଢ଼ିକୁ ଗଢ଼ିବାର ପବିତ୍ର ଦାୟିତ୍ୱ ଶିକ୍ଷକ /ଶିକ୍ଷୟତ୍ରୀ ମାନେ ନେଉଛନ୍ତି । ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଥାଏ । ତେଣୁ ଶିକ୍ଷକତାକୁ ଚାକିରି ନ ଭାବି ସଙ୍କଳ୍ପ ବୋଲି ଭାବିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସମେତ ବିଭାଗୀୟ ସଚିବ ଓ ଅଧୀକାରୀମାନେ ଯୋଗ ଦେଇଛନ୍ତି । ସେହିପରି ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଟୁକୁନି ସାହୁ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଉପସ୍ଥିତ ରହିଥିଲେ । ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକଙ୍କଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ଷ୍ଟାଡିୟମକୁ ପ୍ରବେଶ ବେଳେ ଶିକ୍ଷକମାନେ କେବଳ ମୋବାଇଲ, ଆଧାର କାର୍ଡ, ପର୍ସ ଓ ପରିଚୟ ପତ୍ର ସାଙ୍ଗରେ ନେଇ ପ୍ରବେଶ କରିଥିଲେ । ହାଇସ୍କୁଲ ରୂପାନ୍ତରଣ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକଙ୍କ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।












Click it and Unblock the Notifications