Get Updates
Get notified of breaking news, exclusive insights, and must-see stories!

ରାଜ୍ୟର ୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ପଡିଲା ଭିତ୍ତିପ୍ରସ୍ତର: 'ତୃତୀୟ ଲହର ପ୍ରସ୍ତୁତିରେ ହେବନି ସାମାନ୍ୟତମ ଅବହେଳା'

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା - ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି । ଏହାସହିତ ବ୍ରହ୍ମପୁର ସିଟି ହସ୍‌ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି।

Naveen Patnaik

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି । ତା ସହିତେ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ମତ ପ୍ରକାଶ କରିଛନ୍ତି।

ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ହିଁ ଆମେ ଏ ଲଢେଇ ଜିତିପାରିବା ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍‌ ଟୀକା ଦିଆଯାଇସାରିଲାଣି । ଜୀବନ ସହିତ ଜୀବିକା ଉପରେ ସେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ବ୍ରହ୍ମପୁର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ। ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଶ୍ରୀ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+