ଅନାଥ ପିଲାଙ୍କ ଉଚ୍ଚଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ 'ଗ୍ରୀନ ପ୍ୟାସେଜ'

ଅନଥା ପିଲାଙ୍କ ଉଚ୍ଚଶିକ୍ଷା ପାଇଁ 'ଗ୍ରୀନ ପ୍ୟାସେଜ' ନାମକ ନୂଆ କରି ଏକ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଶୀର୍ବାଦ ଯୋଜନାରେ ଭରଣ ପୋଷଣ ଓ ଗ୍ରୀନ ପ୍ୟାସେଜରେ ଅନାଶ ପିଲାଙ୍କୁ ଉଚ୍ଚଶିକ୍ଷାର ସହାୟତା ଦେବେ ରାଜ୍ୟ ସରକାର ।

ଭୁବନେଶ୍ବର: ଅନାଥ ପିଲାଙ୍କ ଉଚ୍ଚଶିକ୍ଷା ପାଇଁ 'ଗ୍ରୀନ ପ୍ୟାସେଜ' ନାମକ ନୂଆ କରି ଏକ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଶୀର୍ବାଦ ଯୋଜନାରେ ଭରଣ ପୋଷଣ ଓ ଗ୍ରୀନ ପ୍ୟାସେଜ ଯୋଜନାରେ ଅନାଥ ପିଲାଙ୍କୁ ଉଚ୍ଚଶିକ୍ଷାର ସହାୟତା ଦେବେ ରାଜ୍ୟ ସରକାର ।

Green Passage

ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ। ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୁଥାନ୍ତି, ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ । ଯଦି ଆବଶ୍ୟକ ପଡେ, ତେବେ ଆଦର୍ଶ ବିଦ୍ୟାଳୟ, କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ ।

ସେହିପରି ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳକୁ ଦୃଷ୍ଟିରେ ରଖି ତାଙ୍କୁ ଘର ମଞୁର କରାଯିବ । ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ । ପିଲାଙ୍କ ସମ୍ପତ୍ତିର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲାର ଦାୟିତ୍ୱ ନେଇଥିବା ଆତ୍ମୀୟଙ୍କ ସହ ନିୟମିତ ଯୋଗାଯୋଗରେ ରହି ପିଲାର ଭଲ ମନ୍ଦ ଉପରେ ନଜର ରଖବେ । ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ଜୁଭେନିଲ ଜଷ୍ଟିସ୍ ଫଣ୍ଡରୁ ଆବଶ୍ୟକ ସ୍ଥଳେ ଏହି ପିଲାମାନଙ୍କୁ ସହାୟତା ମିଳିପାରିବ।

ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟଙ୍କ ପାଖରେ ନ ରହି କୌଣସି ଚାଇଳ୍ଡ କେୟାରରେ । ତେବେ ସେ କ୍ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକ ହଜାର ଟଙ୍କା ପ୍ରତି ମାସରେ ପିଲାକୁ 18 ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ। ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ । ପିଲାର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରାଯିବ ।

ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି, ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞୁର କରାଯିବ । ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+