Get Updates
Get notified of breaking news, exclusive insights, and must-see stories!

ଅନଲାଇନରେ ପାଇବେ କୋଭିଡ୍ ରିପୋର୍ଟ ; ଜାଣନ୍ତୁ କଣ ରହିଛି ପ୍ରକ୍ରିୟା

ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି ।

ଭୁବନେଶ୍ୱର : କୋଭିଡ୍ ରିପୋର୍ଟ ପାଇଁ ଆଉ ଯିବାକୁ ପଡ଼ିବନି ପରୀକ୍ଷା କେନ୍ଦ୍ର । ଘରେ ବସି ଅନଲାଇନରେ ପାଇପାରିବେ ଆପଣଙ୍କ କୋଭିଡ୍ ରିପୋର୍ଟ । ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି । କୋଭିଡ-19 ପରୀକ୍ଷା, ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା ବ୍ୟକ୍ତି ଏହି ୱେବସାଇଟରେ କେବଳ ସେମାନଙ୍କ ପଞ୍ଜିକୃତ ମୋବାଇଲ୍ ନମ୍ବର କିମ୍ବା ଏସଆରଏଫ ଆଇଡି ଦାଖଲ କରି ନିଜର ନମୁନା ପରୀକ୍ଷା ଫଳାଫଳ ଜାଣିପାରିବା ସହ ଆବଶ୍ୟକସ୍ଥଳେ ଏହାକୁ ଡାଉନଲୋଡ୍ ମଧ୍ୟ କରିପାରିବେ । ସ୍ୱାସ୍ଥ୍ୟ ବିଭାଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ଏହି ଅଭିନବ ବ୍ୟବସ୍ଥା ଦ୍ୱାରା ଲୋକମାନଙ୍କୁ ରିପୋର୍ଟ ସଂଗ୍ରହ କରିବା ପାଇଁ ପରୀକ୍ଷା କେନ୍ଦ୍ରକୁ ଯିବାକୁ ପଡ଼ିବ ନାହିଁ ।

covid report

ଏହି ଡିଜିଟାଲ୍ ପରୀକ୍ଷା ରିପୋର୍ଟରେ ନମୁନା ପରୀକ୍ଷା କରିଥିବା ବ୍ୟକ୍ତିଙ୍କ ସମସ୍ତ ବିବରଣୀ ରହିବ । ଏଥିସହ ଏହି ରିପୋର୍ଟରେ ଥିବା କ୍ୟୁଆର କୋଡ୍ ଯୋଗେ ପ୍ରାଧିକୃତ ସାଂସ୍ଥ ଯେକୌଣସି ସମୟରେ ରିପୋର୍ଟର ସତ୍ୟାସତ୍ୟ ଯାଞ୍ଚ କରିପାରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, "ମହାମାରୀ ବିରୋଧରେ ଲଢ଼େଇରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ପାଲଟିଛି । ଏହି ଅଭିନବ ବ୍ୟବସ୍ଥା ରିପୋର୍ଟ ସଂଗ୍ରହ ପ୍ରକ୍ରିୟାକୁ ସହଜ କରିବା ଦ୍ୱାରା ଲୋକଙ୍କୁ ସୁବିଧାରେ କୋଭିଡ ରିପୋର୍ଟ ମିଳିବା ସହ ଏହି କଠିନ ସମୟରେ ଜନସାଧାରଣଙ୍କ ପାଇଁ ଯଥେଷ୍ଟ ଉପଯୋଗୀ ହେବ ।"

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, "ରାଜ୍ୟବାସୀଙ୍କ ମୂଲ୍ୟବାନ ଜୀବନ ସୁରକ୍ଷିତ କରିବା ପାଇଁ ଓଡ଼ିଶା ସରକାର କୋଭିଡ ପରୀକ୍ଷାଠାରୁ ଆରମ୍ଭ କରି ଚିକିତ୍ସା ପର୍ଯ୍ୟନ୍ତ ସମସ୍ତ ସେବା ମାଗଣାରେ ଯୋଗାଇ ଦେଉଛନ୍ତି ।" ଆମେ କୋଭିଡ ପରୀକ୍ଷାକୁ ଆହୁରି ବ୍ୟାପକ କରିବା ପାଇଁ ବିଭିନ୍ନ ଜିଲ୍ଲାରେ ଆରଟି ପିସିଆର ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା କରୁଛୁ । ଯେଉଁଠାରେ ଲୋକମାନଙ୍କୁ ପ୍ରତିଦିନ ସେବା ଯୋଗାଇ ଦିଆଯିବ । ଯାହା ଆମର କୋଭିଡ ମହାମାରୀ ବିରୋଧୀ ଲଢେଇରେ ଆହୁରି ଦୃଢତା ଭରିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

ପରୀକ୍ଷା ରିପୋର୍ଟ ଅତ୍ୟନ୍ତ ସୁବିଧାଜନକ ଭାବରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ '5T' ଅଧୀନରେ ଏହି ଆରଟି ପିସିଆର ରିପୋର୍ଟ ୱେବସାଇଟ୍ ଆରମ୍ଭ କରାଯାଇଛି । ବ୍ୟବହାରକାରୀଙ୍କ ଗୋପନୀୟତା ସୁନିଶ୍ଚିତ କରିବା ପାଇଁ ଓଟିପି ଦ୍ୱାରା ପଞ୍ଜିକୃତ ହୋଇଥିବା ମୋବାଇଲ ନମ୍ବରକୁ ରିପୋର୍ଟ ପଠାଯିବାର ବ୍ୟବସ୍ଥା ହୋଇଛି। ଜନସାଧାରଣଙ୍କ ସୁବିଧା ପାଇଁ https://covid19regd.odisha.gov.in/SamplCollectionDetails.aspx ୱେବସାଇଟକୁ https://statedashboard.odisha.gov.in ସହିତ ସଂଯୋଗ କରାଯାଇଛି ।

ଏହି ଅବସରରେ ରାଜ୍ୟ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ସଚିବ ଶ୍ରୀ ମନୋଜ କୁମାର ମିଶ୍ର କହିଛନ୍ତି, "ଅନେକ ସମୟରେ ଲୋକମାନେ କୋଭିଡ ରିପୋର୍ଟ ପାଇବା ପାଇଁ ପରୀକ୍ଷା କେନ୍ଦ୍ରରେ ଅପେକ୍ଷା କରୁଥିବା ଦେଖିବାକୁ ମିଳୁଛି । ବର୍ତ୍ତମାନର କଠିନ ସମୟରେ ନିଜ ନମୁନା ପରୀକ୍ଷା ରିପୋର୍ଟ ଜାଣିବା ନେଇ ଉତ୍କଣ୍ଠା ରହିବା ସ୍ୱାଭାବିକ ଏବଂ ଲୋକମାନେ ନମୁନା ପରୀକ୍ଷା ପାଇଁ ଦେଇ ସଙ୍ଗେସଙ୍ଗେ ରିପୋର୍ଟ ଆଶା କରୁଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ଆମେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗରେ ସିଧାସଳଖ ଲୋକଙ୍କୁ ନମୁନା ପରୀକ୍ଷା ରିପୋର୍ଟ ପ୍ରଦାନର ବ୍ୟବସ୍ଥା କରିଛୁ । ଏହି ସୁବିଧା ଗ୍ରାମପଞ୍ଚାୟତସ୍ତରରେ 'ମୋ ସେବା କେନ୍ଦ୍ର'ରେ ମଧ୍ୟ ଉପଲବ୍ଧ କରାଯାଇଛି ।"

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+