ନେତାଜୀଙ୍କ ନାମରେ ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ନେତାଜୀ ସୁବୀଷ ବୋଷଙ୍କ ନାମରେ କଟକ ସ୍ଥିତ ଖାନ୍ ନଗରରେ ନିର୍ମାଣ ହେବାକୁ ଥିବା ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନେତାଜୀଙ୍କ 125 ତମ ଜନ୍ମ ବାର୍ଷିକୀ ଅବସରରେ ନେତାଜୀଙ୍କ ଜନ୍ମ ସ୍ଥାନରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
କଟକ : ନେତାଜୀ ସୁବୀଷ ବୋଷଙ୍କ ନାମରେ କଟକ ସ୍ଥିତ ଖାନ୍ ନଗରରେ ନିର୍ମାଣ ହେବାକୁ ଥିବା ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନେତାଜୀଙ୍କ 125 ତମ ଜନ୍ମ ବାର୍ଷିକୀ ଅବସରରେ ନେତାଜୀଙ୍କ ଜନ୍ମ ସ୍ଥାନରେ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିଛନ୍ତି । ବସ୍ ଟର୍ମିନାଲର ଶିଳାନ୍ୟାସ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ମଧ୍ୟ ହୋଇଥିଲେ । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତେଣୁ ନେତାଜୀଙ୍କ 125ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

କଟକ ନେତାଜୀ ବସ୍ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ । ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ନେତାଜୀଙ୍କୁ ଭାରତମାତାର ଅମୂଲ୍ୟ ରତ୍ନ ଭାବରେ ବର୍ଣ୍ଣନା କରି ତାଙ୍କର ଦୃଢ ନେତୃତ୍ବ, ସାହସ ଓ ଅତୁଳନୀୟ ଦେଶଭକ୍ତି ପାଇଁ ସେ ପ୍ରତିଟି ଭାରତୀୟଙ୍କ ହୃଦୟରେ ଅମର ହୋଇ ରହିବେ ବୋଲି କହି ନେତାଜୀଙ୍କୁ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ ।












Click it and Unblock the Notifications