Get Updates
Get notified of breaking news, exclusive insights, and must-see stories!

ମୋ ସ୍କୁଲ କାର୍ଯ୍ୟକ୍ରମ : ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସ୍କୁଲ୍ ଆମକୁ ବହୁତ କିଛି ଦେଇଛି । ତାର ପ୍ରତିଦାନ ଦେବା ପାଇଁ ଆଜି ସମୟ ଆସିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କର 'ମୋ ସ୍କୁଲ' କାର୍ଯ୍ୟକ୍ରମ ଆପଣଙ୍କର ପ୍ରିୟ ବିଦ୍ୟାଳୟ ପାଇଁ କିଛି କରିବା ପାଇଁ ସୁଯୋଗ ସୃଷ୍ଟି କରିଛି ।

ଭୁବନେଶ୍ୱର : "ସ୍କୁଲ୍ ଆମକୁ ବହୁତ କିଛି ଦେଇଛି । ତାର ପ୍ରତିଦାନ ଦେବା ପାଇଁ ଆଜି ସମୟ ଆସିଛି । ଆପଣମାନେ ନିଜ ନିଜର ଦକ୍ଷତା ଓ ପ୍ରତିଭା ଦ୍ବାରା ସମାଜରେ ପ୍ରତିଷ୍ଠା ଲାଭ କରିଛନ୍ତି । ଏଥିରେ ଆପଣ ପାଠ ପଢିଥିବା ବିଦ୍ୟାଳୟର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ବିଦ୍ୟାଳୟ ଆମକୁ ବହୁତ କିଛି ଦେଇଛି, ଆମକୁ ଗଢିଛି । ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଆମ ଭିତରେ ସାମର୍ଥ ସୃଷ୍ଟି କରିଛି । ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ଦୃଢ କରିଛି । ସମାଜ ପ୍ରତି ଉତ୍ତରଦାୟିତ୍ବକୁ ଠିକ୍‌ ଭାବରେ ନିର୍ବାହ କରିବା ପାଇଁ ମାର୍ଗ ଦେଖାଇଛି । ତେଣୁ ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରି ଓଡ଼ିଶାର ଶିକ୍ଷା ସଭ୍ୟତା ଓ ସଂସ୍କାରକୁ ଆଗେଇ ନେବା ।" ଏ ଥିଲା କେନ୍ଦ୍ରମନ୍ତ୍ରୀ, ହାଇକୋର୍ଟ, ସାଂସଦ, ମନ୍ତ୍ରୀ ଓ ବିଧାୟକଙ୍କୁ ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ନେଇ ଅନୁରୋଧ ପତ୍ର ।

mo-school

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଢଙ୍ଗୀଙ୍କୁ ଚିଠି ଲେଖି ନିଜେ ପଢିଥିବା ବିଦ୍ୟାଳୟ କିମ୍ବା ନିଜ ପସନ୍ଦର ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ଅନୁରୋଧ କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କର 'ମୋ ସ୍କୁଲ' କାର୍ଯ୍ୟକ୍ରମ ଆପଣଙ୍କର ପ୍ରିୟ ବିଦ୍ୟାଳୟ ପାଇଁ କିଛି କରିବା ପାଇଁ ସୁଯୋଗ ସୃଷ୍ଟି କରିଛି । ଉଦାର ହୃଦୟରେ ଆପଣ ଆପଣଙ୍କ ପ୍ରିୟ ବିଦ୍ୟାଳୟର ରୂପାନ୍ତର ପାଇଁ ସୁଯୋଗ ସୃଷ୍ଟି କରିପାରିବେ ବୋଲି ଉଲ୍ଲେଖ କରି ନିଜ ନିଜର ପ୍ରିୟ ବିଦ୍ୟାଳୟକୁ/ବିଦ୍ୟାଳୟ ଗୁଡିକୁ ପୋଷ୍ୟ ଭାବରେ ଗ୍ରହଣ କରିବାପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ସମାଜର ନେତୃବର୍ଗଙ୍କର ଏହି ସାଧୁ ଉଦ୍ୟମ ଅତ୍ୟନ୍ତ ପ୍ରଭାବଶାଳୀ ହେବା ସହିତ ଆପଣମାନଙ୍କ ପାଇଁ ଏକ ଅନନ୍ୟ ପରିଚୟ ଓ ଅନ୍ୟମାନଙ୍କ ପାଇଁ ଏକ ଅନୁକରଣୀୟ ଉଦାହରଣ ସୃଷ୍ଟି କରିବ ବୋଲି ଉଲ୍ଲେଖ କରି ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହୋଇ ରାଜ୍ୟର ଶୈକ୍ଷିକ ପରିବେଶରେ ଆରମ୍ଭ ହୋଇଥିବା ରୂପାନ୍ତରରେ ସାମିଲ ହେବା ପାଇଁ ସମସ୍ତଙ୍କୁ ଆହ୍ବାନ ଜଣାଇଛନ୍ତି ।

ଜଣେ ଚାହିଁଲେ ସର୍ବାଧିକ ତିନୋଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବରେ ଗ୍ରହଣ କରିପାରିବେ ।

ସ୍କୁଲରେ ହିଁ ଆମ ବ୍ୟକ୍ତିତ୍ବର ମୂଳଦୁଆ ପଡିଥାଏ । ଶିଶୁକୁ ସ୍କୁଲ ହିଁ ସମାଜ ସହ ଯୋଡିଥାଏ । ଏହିଠାରୁ ହିଁ ଆମ ସାମାଜିକ ଜୀବନର ଅୟମାରମ୍ଭ ହୋଇଥାଏ । ଶିକ୍ଷା ହିଁ ସଭ୍ୟତା ଓ ସଂସ୍କାରକୁ ଆଗକୁ ନେଇଥାଏ ଏବଂ ରୂପାନ୍ତରର ଭିତ୍ତି ପକାଇଥାଏ । ଘର ପରେ ବିଦ୍ୟାଳୟ ସହିତ ଆମ ସମସ୍ତଙ୍କର ଭାବଗତ ବନ୍ଧନ ସବୁଠାରୁ ଅଧିକ । ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ବିଦ୍ୟାଳୟ ଗୁଡିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୋ ସ୍କୁଲ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ଭିତ୍ତିଭୂମି ବିକାଶ ହେଉ, ବା ଶିକ୍ଷାଦାନ ବିକାଶରେ ଭାଗୀଦାରି ହୋଇପାରିବ । ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡିଆ ସାମିଲ ହୋଇ ସେମାନେ ପଢିଥିବା ବିଦ୍ୟାଳୟର କାୟାକଳ୍ପରେ ସାମିଲ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+