ନିଜ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ପୁରାତନ ଛାତ୍ରଛାତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ରାଜ୍ୟ ସରକାରଙ୍କ ମୋ ସ୍କୁଲ କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ସରକାରୀ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନେ ନିଜର ପ୍ରିୟ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ମୋ ସ୍କୁଲ କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ସରକାରୀ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନେ ନିଜର ପ୍ରିୟ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି । ନିଜର ପ୍ରିୟ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରି ଶିକ୍ଷା ଏବଂ ଭିତ୍ତିଭୂମି ବିକାଶ ଦିଗରେ ସହାୟକ ହେବା ସହ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ସୂଚନା ଯୋଗ୍ୟ କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜର ପ୍ରିୟ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ନେଇ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକମାନଙ୍କୁ ଚିଠି ଲେଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ୱାନରେ ଅନେକ ସାଂସଦ ଓ ବିଧାୟକ ସାମିଲ ହୋଇଛନ୍ତି । ବର୍ତ୍ତମାନ ପୁରାତନ ଛାତ୍ରଛାତ୍ରୀ ମାନେ ମଧ୍ୟ ଏଦିଗରେ ଆଗେଇ ଆସିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ କିପରି ନିଜର ପ୍ରିୟ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବେ ସେ ନେଇ ଆପଣ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ (ମୋ - 9438399144) କିମ୍ବା [email protected]ରେ ଲଗଇନ୍ କରି ଜାଣିପାରିବେ । ଏହା ବ୍ୟତୀତ ଆପଣ ଏ ବିଷୟରେ ଅଧିକ ଜାଣିବା ଜିଲ୍ଲାପାଳଙ୍କ ସହ ଯୋଗାଯୋଗ କରିପାରିବେ ।












Click it and Unblock the Notifications