For Quick Alerts
Turn On Notification  
For Daily Alerts
Oneindia App Download

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ ।

|

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

CM Naveen Patnaik

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
CM Naveen Patnaik Sanctioned 1 Acre Land and 3 Crore at Puri for Kulta Samaj Dharmasala
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X