କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ ।

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

CM Naveen Patnaik

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+