Get Updates
Get notified of breaking news, exclusive insights, and must-see stories!

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ ।

ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି । ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି । ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି । ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।

CM Naveen

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ଦୁଇ ଦିନ ଧରି ମୟୁରଭଂଜ ଗସ୍ତରେ ଯାଇଥିବା ବେଳେ ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ ଏବଂ ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ । ତାଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସେ ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ । ତଦ୍‌ନୁଯାୟୀ ସେଥିପାଇଁ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି । ତଦନୁଯାୟୀ ଦାଣ୍ଡବୋସ-କାପିବୁରୁ ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏତଦ୍‌ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ଥିବାବେଳେ, ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସେଠାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Dormitory ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏତଦ୍‌ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସ୍ଥିର କରାଯାଇଛି । 5T ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବ । ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+