ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ ହେବ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ

ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍‌ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି |

୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ, ୧୮ ମାସରେ କାମ ଶେଷ ହେବ
ଭୁବନେଶ୍ୱର : ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏଥି ସହିତ ଖଣ୍ଡଗିରିରେ ସମ୍ପୂର୍ଣ୍ଣ ହୋଇଥିବା ବସ୍ ଡିପୋ ବୁଲି ଦେଖିବା ସହ ବସ୍ ରହିବା ପାଇଁ ସୁବ୍ୟବସ୍ଥା ହୋଇଥିବା ଦେଖି ଖୁସି ବ୍ୟକ୍ତ କରିଛନ୍ତି |

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରଖିଛନ୍ତି | ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍‌ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି | ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି |

Naveen-Patnaik-Baramunda-Bus-Stand

ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ | ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍‌ ଚଳାଚଳ କରିଥାଏ | ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍‌ଯୋଗେ ଯାତାୟତ କରିଥାନ୍ତି | ତେଣୁ ଏହାକୁ ଏକ ଅତ୍ୟାଧୁନିକ ରୂପ ଦେବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାମ ଆରମ୍ଭ ହୋଇଛି |

ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ |
ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସର୍ବଶ୍ରୀ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ଭୁବନେଶ୍ୱର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+