Get Updates
Get notified of breaking news, exclusive insights, and must-see stories!

‘ଜ୍ୱିଗାଟୋ’ ଦେଖିଲେ ମୁଖ୍ୟମନ୍ତ୍ରୀ, ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ଘୋଷଣା

Zwigato

ଭୁବନେଶ୍ୱର: ନବୀନ ନିବାସରେ 'ଜ୍ବିଗାଟୋ' ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା କପିଲ ଶର୍ମାଙ୍କ ଅଭିନୀତ 'ଜ୍ୱିଗାଟୋ' ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ 'ଜ୍ୱିଗାଟୋ' ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି । ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଚଳଚ୍ଚିତ୍ରରେ ସଫଳ ଭାବରେ ଉପସ୍ଥାପିତ କରାଯାଇଛି ।

ତେବେ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରକୁ ଉଚ୍ଚପ୍ରଶଂସା କରିଛନ୍ତି । ସାମାଜିକ ପରିବର୍ତ୍ତନ ଦିଗରେ ଜ୍ବିଗାଟୋ ଏକ ସକରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ସଂଧ୍ୟାରେ ନବୀନ ନିବାସ ଠାରେ ଜ୍ବିଗାଟୋ ଚଳଚ୍ଚିତ୍ରର ସ୍ବତନ୍ତ୍ର ଉପସ୍ଥାପନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ନବୀନ ।

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏତଦ ବ୍ୟତୀତ ଭୁବନେଶ୍ୱରରେ 'ଜ୍ୱିଗାଟୋ' ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+