For Quick Alerts
Turn On Notification  
For Daily Alerts
Oneindia App Download

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା: ୧୦ ଦିନ ସ୍ପେଶାଲ ଡ୍ରାଇଭ୍ ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ କରୋନା ସମୀକ୍ଷା ବୈଠକ ବସିଥିଲା । ତେବେ ରାଜ୍ୟରେ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ସ୍ପେଶାଲ ଡ୍ରାଇଭ୍ ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

|

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ କରୋନା ସମୀକ୍ଷା ବୈଠକ ବସିଥିଲା । ତେବେ ରାଜ୍ୟରେ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ସ୍ପେଶାଲ ଡ୍ରାଇଭ୍ ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସଂକ୍ରମଣ ହ୍ରାସ କରିବାକୁ ଅଧିକ ପୋଲିସ ମୁତୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।

CM Naveen

ପଶ୍ଚିମ ଓଡିଶା ଉପରେ ଫୋକସ୍:

ଛତିଶଗଡ ସୀମାକୁ ଲାଗିଥିବା ଜିଲ୍ଲାରେ ସଂକ୍ରମଣ ବ୍ୟାପିଛି । ମୁଖ୍ୟ ସଚିବ ଓ ସ୍ୱାସ୍ଥ୍ୟ ସଚିବ ଏସିଏସଙ୍କୁ ପଶ୍ଚିମ ଓଡିଶା ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି ଅନୁଧ୍ୟାନ କରି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ପଶ୍ଚିମ ଓଡିଶାକୁ ତୁରନ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ପଠାଇବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ରାଜ୍ୟରେ କରୋନା ମୁକାବିଲା ପାଇଁ ହସ୍ପିଟାଲ ଭିତ୍ତିଭୂମି, ଆମ୍ବୁଲାନ୍ସ ଓ ଅକ୍ସିଜେନ୍ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।

ଶେଷରେ ରାଜ୍ୟରେ କରୋନା ମହାମାରୀର 2ୟ ଲହରୀକୁ ଗମ୍ଭୀରତାର ସହିତ ନେବାକୁ ଅନୁରୋଧ କରିଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ସତର୍କ ଓ ସଚେତନ ରହିବା ସହିତ ସମସ୍ତ କୋଭିଡ ନିୟମ ମାନିବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ଉନ୍ନୟନ କମିଶନର ଓ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏହାଛଡା ବୈଠକରେ ସମସ୍ତ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ଉପସ୍ଥିତ ଥିଲେ ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧାରୁ ୧୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Corona Review Meeting: CM Naveen Order Police DG for a 10-day special drive in the state
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X