ଏଣିକି କଲେଜରେ ଦିଆଯିବ ଟିକା, ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ନିଷ୍ପତ୍ତି
ଏଣିକି କଲେଜରେ ଦିଆଯିବ ଟିକା । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ନିଷ୍ପତ୍ତି ଏନେଇ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
ଭୁବନେଶ୍ବର: ଏଣିକି କଲେଜରେ ଦିଆଯିବ ଟିକା । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକରେ ନିଷ୍ପତ୍ତି ଏନେଇ ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ବୈଠକରେ ଟିକାକରଣ ଉପରେ ପ୍ରାଥମିକତା ଦିଆଯାଇଥିଲା । କରୋନା ସଂକ୍ରମଣ ବଢୁଥିବାରୁ ଏହା ଉପରେ ରାଜ୍ୟସରକାର ଗୁରୁତ୍ୱ ଦେଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ସହରାଞ୍ଚଳରେ ସଂକ୍ରମଣ ବଢ଼ୁଥିବାରୁ ଟିକାକରଣ, ସଚେତନତା ଏବଂ ସଠିକ୍ ସୂଚନା ପ୍ରସାରଣ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି । ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶମାନ ଦେଇଯାଇଥିବା ସେ କହିଛନ୍ତି ।
ଜିଲ୍ଲାୱାରୀ ସ୍ଥିତିର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଆସନ୍ତାକାଲି (ଜୁଲାଇ ୧୫ ତାରିଖ)ରୁ ୧୮-୫୯ ବର୍ଷ ଲୋକଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ଼୍ ପରୀକ୍ଷା ସଂଖ୍ୟା ବଢ଼ାଇବା, କଲ୍ ସେଣ୍ଟରକୁ ୨୪x ୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଉଲ୍ଲେଖଯୋଗ୍ୟ ଯେ, ଆସନ୍ତାକାଲିଠାରୁ ୧୫ରୁ ୫୯ ବର୍ଷ ବୟସ ଯାଏ ମାଗଣା ବୁଷ୍ଟର ଡୋଜ ଟିକା ପ୍ରଦାନ କରାଯିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି ।












Click it and Unblock the Notifications