Get Updates
Get notified of breaking news, exclusive insights, and must-see stories!

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

BSKY

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ ।

କଟକର SCB Medical College କୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ। କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।

ସେହିପରି ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ । ଖୋର୍ଦ୍ଧାର ମିଶନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମାଆମାନେ ୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଉଭୟ ଜିଲ୍ଲାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ । ଏହାଦ୍ୱାରା ରାଜ୍ୟ ବିକାଶର ଶିଖର ଛୁଇଁବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+