Get Updates
Get notified of breaking news, exclusive insights, and must-see stories!

ହାଇସ୍କୁଲ ରୂପାନ୍ତରୀକରଣ: ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ

ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ନୂତନ ଭାବେ ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ ଲାଭ କରିଛି । ଓଡ଼ିଶା ମିନେରାଲ୍ ବିୟରିଙ୍ଗ୍ ଏରିଆ ଡେଭେଲପମେଣ୍ଟ କର୍ପୋରେସନ ଫଣ୍ଡରୁ ଏହା ଖର୍ଚ୍ଚ ହେବ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ, ଓମ୍ବାଡିସିର ମୁଖ୍ୟ ନିର୍ବାହୀ ଅଧିକାରୀ ଉମାନାନ୍ଦୁରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଉପସ୍ଥିତିରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକର ନିଷ୍ପତ୍ତି ଅନୁଯାୟୀ ସ୍କୁଲ ରୂପନ୍ତିକରଣ କାର୍ଯ୍ୟ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କା ଓମ୍ବାଡିସି ବୋର୍ଡ ଦ୍ଵାରା ସର୍ବସମ୍ମତି କ୍ରମେ ଗୃହିତ ହୋଇଥିଲା

ombdc

ଏହା ଦ୍ୱାରା ଆଦିବାସୀ ଓ ଉପାନ୍ତ ଅଞ୍ଚଳରେ ଛାତ୍ରଛାତ୍ରୀ ଆନନ୍ଦଦାୟକ ଶିକ୍ଷା ପାଇପାରିବୋ ବୈଠକର ନିଷ୍ପତ୍ତି ଅନୁଯାୟୀ ଅନୁଗୋଳ ଜିଲ୍ଲାର ୧୬ଟି ସ୍କୁଲ ପାଇଁ ୯ କୋଟି ୬୦ ଲକ୍ଷ ଟଙ୍କା, ଦେବଗଡ଼ର ୪୭ ସ୍କୁଲ ପାଇଁ ୨୮ କୋଟି ୨୦ ଲକ୍ଷ ଟଙ୍କା, ଢେଙ୍କାନାଳ ଜିଲ୍ଲାର ୧୭ଟି ସ୍କୁଲ ପାଇଁ ୧୦ କୋଟି ୨୦ ଲ କ୍ଷ ଟଙ୍କା, ଯାଜପୁର ଜିଲ୍ଲାର ୧୯୫ ସ୍କୁଲ ପାଇଁ ୧୧୭ କୋଟି ଟଙ୍କା, ଝାରସୁଗୁଡ଼ା ଜିଲା୍ଲର ୮୦ଟି ସ୍କୁଲ ପାଇଁ ୪୮ କୋଟି ଟଙ୍କା, ମୟୂରଭଞ୍ଜ ଜିଲ୍ଲାର ୩୩୯ଟି ସ୍କୁଲ ପାଇଁ ୨୦୩ କୋଟି ୪୦ ଲକ୍ଷ ଟଙ୍କା ଏବଂ ସୁନ୍ଦରଗଡ଼ ଜିଲ୍ଲାର ୧୯୫ଟି ସ୍କୁଲ ପାଇଁ ୧୧୭ କୋଟି ଟଙ୍କା ହାଇସ୍କୁଲ ରୂପାନ୍ତରୀକରଣ ପାଇଁ ମଂଜୁର ହୋଇଛି । ପ୍ରତି ସ୍କୁଲ ପାଇଁ ୬୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ଏହି ସ୍କୁଲଗୁଡ଼ିକରେ ସ୍ମାର୍ଟ କ୍ଲାସ ରୁମ, ବିଜ୍ଞାନାଗାର, ଇ-ପାଠାଗାର, ସ୍କୁଲ ପରିବେଶର ଉନ୍ନତିକରଣ, ପୁରାତନ ଛାତ୍ର ସଂଘ ଏବଂ ସ୍କୁଲ ପରିଚାଳନା କମିଟି ଦ୍ୱାରା ସ୍କୁଲ ପରିଚାଳନା ଓ ପିଲାମାନଙ୍କ ଦକ୍ଷତା ବିକାଶ ପରିଚାଳନା ଆଦି ଏହି ଅର୍ଥରୁ ଭରଣା କରାଯିବା ସେହିପରି ସ୍ମାର୍ଟ ବୋର୍ଡ, ଡିଜିଟାଲ୍ କ୍ଲାସ୍ ରୁମ୍ ପାଇଁ ଆବଶ୍ୟକୀୟ ଉପକରଣ ପରି ଆଇ.ସି.ଟି ଉପକରଣ, ସ୍କୁଲ ମୁଖ୍ୟଦ୍ୱାରର ପରିବର୍ତ୍ତନ, ଖେଳପଡ଼ିଆର ଉନ୍ନତିକରଣ, ପାଠ୍ୟଖସଡ଼ାର ଉନ୍ନତିକରଣ, ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ତାଲିମ ଆଦି ପାଇଁ ମଧ୍ୟ ଏହି ଅର୍ଥ ଖର୍ଚ୍ଚ କରାଯିବା ଗୋଷ୍ଠୀ ସଂପୃକ୍ତିକରଣ ଏବଂ ପୁରାତନ ବିଦ୍ୟାର୍ଥୀଙ୍କ ସହ ସ୍କୁଲ କମିଟିର ଯୋଗାଯୋଗ ମାଧ୍ୟମରେ ଏହି କାର୍ଯ୍ୟକ୍ରମଗୁଡ଼ିକର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରାଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ୫-"ଟି' କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି । ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟର ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିବ ବୋଲି ସମସ୍ତ ଉପସ୍ଥିତ ସଭ୍ୟସଭ୍ୟା ମତବ୍ୟକ୍ତ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+