Get Updates
Get notified of breaking news, exclusive insights, and must-see stories!

ମୋ ସରକାରରେ ମିଳିଛି 3.77 କୋଟି ଫିଡବ୍ୟାକ୍, ସ୍ୱାସ୍ଥ୍ୟ ବିଭାଗର ପ୍ରଦର୍ଶନ ସର୍ବୋତ୍ତମ

ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃ

ଭୁବନେଶ୍ୱର: ମୋ ସରକାର ତଥା 5-ଟି ଅଧିନରେ ରାଜ୍ୟ ସରକାର ସରକାରୀ ସେବାରେ ଉନ୍ନତି କରିବା ସହ ଲୋକଙ୍କୁ ଉତ୍କୃଷ୍ଟ ସେବା ଯୋଗାଇବା ନେଇ ନିରନ୍ତର କାର୍ଯ୍ୟ କରିଆସୁଛନ୍ତି । ଏପରିକି ଲୋକଙ୍କୁ ମିଳୁଥିବା ସେବା ସମ୍ପର୍କରେ ଜନତାଙ୍କ ମତାମତ ଜାଣିବା ପାଇଁ ଫିଡବ୍ୟାକ୍ ବ୍ୟବସ୍ଥା ରହିଛି ।

ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Naveen patnaik

2019 ଅକ୍ଟୋବର 2 ତାରିଖରୁ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଅଧିନରେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ମିଶନ ଶକ୍ତି ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କରାଯାଇଥିଲା । ବୈଠକରେ ସୂଚନା ଅନୁଯାୟୀ ରାଜ୍ୟ ସରକାରଙ୍କ 31 ଟି ବିଭାଗର 263 ଟି ସେବା ମୋ ସରକାର ଅଧୀନକୁ ଆସିଛି । ଆଜି ପର୍ଯ୍ୟନ୍ତ ମୋଟ୍ 3.77 କୋଟି ଫିଡବ୍ୟାକ ସଂଗ୍ରହ କରାଯାଇଛି । ମୋ ସରକାରର 11 ଟି ପାରାମିଟରରୁ 9 ଟି ପାରାମିଟରରେ ଉନ୍ନତି ଆସିଛି । ସମସ୍ତ ବିଭାଗର ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ 94.9 ପ୍ରତିଶତ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂଙ୍ଗ ବା ସର୍ବୋତ୍ତମ ରହିଛି ।

ଆଜିର ସମୀକ୍ଷାରୁ ଜଣା ପଡ଼ିଛି ସ୍ୱାସ୍ଥ୍ୟ ବିଭାଗର ପ୍ରଦର୍ଶନ ସର୍ବୋତ୍ତମ ରହିଛି । ବିଶେଷକରି ସରକାରୀ ଡାକ୍ତରଖାନା ମାନଙ୍କରେ ମିଳୁଥିବା ସେବା ସଂପର୍କରେ ଜନସାଧାରଣଙ୍କ ଫିଡବ୍ୟାକ ବହୁତ ଭଲ ରହିଛି । ଏପରିକି 99 ପ୍ରତିଶତରୁ ଅଧିକ ମତ ଉତ୍ତମ ବୋଲି ଜଣାପଡ଼ିଛି । ସେହିପରି ବେସରକାରୀ ଡାକ୍ତରଖାନା ଗୁଡିକରେ 98 ପ୍ରତିଶତ ଫିଡବ୍ୟାକ ଉତ୍ତମ ରହିଛି । ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଫିଡବ୍ୟାକ ନିଆଯାଇଛି । ଗୃହ ନିର୍ମାଣ ଓ ନିଗର ଉନ୍ନୟନ ବିଭାଗ କାମରେ ମଧ୍ୟ ଉନ୍ନତି ଆସିଛି ବୋଲି ସମୀକ୍ଷାରେ ଜଣାପଡ଼ିଛି ।

ଏହା ବ୍ୟତୀତ ସମୀକ୍ଷାରୁ ଜଣା ପଡ଼ିଛି ଯେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର 96 ପ୍ରତିଶତ, ରାଜସ୍ୱ ବିଭାଗର 98 ପ୍ରତିଶତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର 92 ପ୍ରତିଶତ ଫିଡବ୍ୟାକ ଅତି ଉତ୍ତମ ରହିଛି । ମିଶନ ଶକ୍ତି ବିଭାଗ ଅପେକ୍ଷାକୃତ ନୂତନ ବିଭାଗ ହୋଇଥିବାରୁ ଏହାର ଫିଡବ୍ୟାକ ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି ।

ଅପରପକ୍ଷରେ ସବ୍‌ରେଜିଷ୍ଟର ଅଫିସ, ବିଲ୍‌ଡିଂ ପ୍ଲାନ ଅନୁମୋଦନ, ବିଲ୍‌ ପ୍ରଦାନ, ଜାତିଗତ ପ୍ରମାଣପତ୍ର ଆଦି ପ୍ରଦାନ କ୍ଷେତ୍ରରେ ସମସ୍ୟା ରହୁଛି ବୋଲି ଫିଡବ୍ୟାକରୁ ଜଣାଯାଇଛି । ଏସବୁ କ୍ଷେତ୍ରରେ ଅଧିକ ପାରଦର୍ଶିତାର ସହ କାମ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମସ୍ତ ବିଭାଗ ନିଜ ନିଜର ସେବା ପ୍ରଦାନ କାର୍ଯ୍ୟକ୍ରମ ଗୁଡିକୁ ଅତ୍ୟନ୍ତ ଦକ୍ଷତାର ସହ ତୁଲାଇବାର ଆବଶ୍ୟକତା ରହିଛି ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଛନ୍ତି ଗତ ସମୀକ୍ଷା ଠାରୁ ବର୍ତ୍ତମାନ ମଧ୍ୟରେ ଫିଡବ୍ୟାକ ବ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଆସିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁଯାୟୀ ଜିଲ୍ଲାସ୍ତରରେ ଉତ୍ତମ ଫିଡବ୍ୟାକ ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା କହିଲେ ଯେ ମୋ ସରକାର କାର୍ଯ୍ୟକ୍ରମ ଯୋଗୁ ବିଭିନ୍ନ ବିଭାଗର କ୍ଷେତ୍ରସ୍ତରୀୟ ପ୍ରଦର୍ଶନରେ ଯଥେଷ୍ଟ ଉନ୍ନତି ଆସିଛି । ସେଥିପାଇଁ ଅଭିଯୋଗର ପରିମାଣ ମଧ୍ୟ କମିଛି ବୋଲି ସେ କହିଥିଲେ ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେ ସରକାରୀ ସେବା ପାଉଥିବା ବିଭିନ୍ନ ଲୋକଙ୍କ ଠାରୁ ମତାମତ ଗ୍ରହଣ କରି ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଓ ପ୍ରଶାସନିକ ବ୍ୟବସ୍ଥା ସଂପର୍କରେ ଜାଣିବା ଏବଂ ତଦ୍‌ନୁଯାୟୀ ପଦକ୍ଷେପ ନେବା ହେଉଛି ମୋ ସରକାରର ଲକ୍ଷ୍ୟ । ଏଥିରେ ଫିଡବ୍ୟାକ ବ୍ୟବସ୍ଥାକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଉଦାହରଣ ଦେଇ ସେ କହିଲେ ଯେ ଅବସର ଗ୍ରହଣ କରୁଥିବା କର୍ମଚାରୀମାନଙ୍କ ପେନ୍‌ସନ କ୍ଷେତ୍ରରେ ବ୍ୟବସ୍ଥାଗତ ସମସ୍ୟା ରହିଛି । ତେଣୁ ଏହାର ନିରାକରଣ ପାଇଁ ବ୍ୟବସ୍ଥାରେ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ବୈଠକରେ ନିଷ୍ପତ୍ତି ଅନୁଯାୟୀ ଆଗକୁ ଏ ସଂପର୍କରେ ଅଧିକ ଆଲୋଚନା କରାଯାଇ ବ୍ୟବସ୍ଥାଗତ ପରିବର୍ତ୍ତନ ପାଇଁ ପଦକ୍ଷେପ ନିଆଯିବ ।

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ, ନଗର ଉନ୍ନୟନ ଓ ଗୃହ ନିର୍ମାଣ ବିଭାଗର ପ୍ରମୁଖ ସଚିବ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ନିଜ ନିଜ ବିଭାଗର ମୋ ସରକାର ତଥ୍ୟ ଉପସ୍ଥାପନ କରିଥିଲେ । ଇଲେକ୍ଟଟ୍ରୋନିକ୍‌ସ ଓ ଆଇଟି ବିଭାଗର ପ୍ରମୁଖ ସଚିବ ମୋ ସରକାର କାର୍ଯ୍ୟକ୍ରମର ସାମଗ୍ରିକ ତଥ୍ୟ ଉପସ୍ଥାପନ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+