ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର

ସ୍ୱର୍ଗତ ଦାସଙ୍କ ସ୍ମୃତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ଦିଆଯିବ ।

ଭୁବନେଶ୍ୱର: ଯଶସ୍ୱୀ ସାରସ୍ୱତ ସାଧକ ସ୍ୱର୍ଗତ ମନୋଜ ଦାସଙ୍କୁ ସମ୍ମାନ ଜଣାଇବା ସହ ତାଙ୍କ ସ୍ମୃତିକୁ ସାଇତି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେତୋଟି ବଡ଼ ନିଷ୍ପତ୍ତି ନେଇଛନ୍ତି । ସ୍ୱର୍ଗତ ଦାସଙ୍କ ସ୍ମୃତିରେ ରାଜ୍ୟ ସରକାରଙ୍କ ପକ୍ଷରୁ 'ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର' ପ୍ରଦାନ କରାଯିବ । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ଦିଆଯିବ । ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

 Manoj Das

ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ 'ମନୋଜ-କିଶୋର ସାହିତ୍ୟ ପ୍ରତିଭା ପୁରସ୍କାର ' ପ୍ରଦାନ କରାଯିବ। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ 'ମନ୍ମଥ-ମନୋଜ ସ୍ମାରକୀ' ଭାବରେ ଘୋଷଣା କରାଯିବ। ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ। ବାସଭାବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ।

ସ୍ବର୍ଗତଃ ମନୋଜ ଦାସଙ୍କ ସ୍ମୃତିରେ ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ।

ସୂଚନାଯୋଗ୍ୟ ଯେ ସ୍ବର୍ଗତ ମନୋଜ ଦାସଙ୍କର ବିୟୋଗ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାର ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+