ଆଇ.ଟି.ଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ

ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

ITI student

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଏପ୍ରିଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ମହାମରୀ ଯୋଗୁଁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+