ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଝାରସୁଗୁଡା ଜିଲ୍ଲା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

Jharsuguda

ଏଥି ସହତ ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟିଓ୍ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଉଦ୍‌ଘାଟନ କରିଛନ୍ତି ।

ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଛନ୍ତି । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+