ଚାଷୀଙ୍କ ଖାତାକୁ ଗଲା 'କାଳିଆ' ଟଙ୍କା
ପବିତ୍ର ଉତ୍କଳ ଦିବସ ଅବସରରେ ରାଜ୍ୟର 34 ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ 693.94 କୋଟି ଟଙ୍କା ରବି ରୁତୁ ପାଇଁ ଜମା କରାଯାଇଛି ।
ଭୁବନେଶ୍ୱର: ପବିତ୍ର ଉତ୍କଳ ଦିବସ ଅବସରରେ ରାଜ୍ୟର 34 ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ 693.94 କୋଟି ଟଙ୍କା ରବି ରୁତୁ ପାଇଁ ଜମା କରାଯାଇଛି । କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପବିତ୍ର ଓଡିଶା ଦିବସ। ଆମ ସମସ୍ତଙ୍କ ପାଇଁ ଏକ ଆନନ୍ଦର ଦିନ। ଏହି ଅବସରରେ ଆମର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି।

ଆଜି ଠାରୁ ମଧ୍ୟ ଆମର ନୂଆ ଆର୍ଥିକ ବର୍ଷ (Financial Year) ଆରମ୍ଭ ହେଉଛି। ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମରୁ ହିଁ ମୁଁ ଆଜି ନୂଆ Financial Year ଆରମ୍ଭ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
କାଳିଆ ଯୋଜନା ଆମର ଏକ ଗୁରୁତ୍ବପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ। ଆଜି ଆମର ୩୪ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ ଯୋଜନାରେ 700କୋଟି ଟଙ୍କା ଜମା କରାଗଲା ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଚାଷୀର ତ୍ୟାଗ ଓ ସ୍ବାଭିମାନ ହିଁ ଆଜି ଓଡିଶାର ସ୍ବାଭିମାନ ବୃଦ୍ଧି କରିଛି । ଓଡିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି । କୃଷି କର୍ମଣ ପୁରସ୍କାର ପାଇ ଓଡିଶାକୁ ଗର୍ବିତ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।












Click it and Unblock the Notifications