ବଢ଼ିଲା କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ, ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ
ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଉପକୃତ ହେବେ ।
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଉପକୃତ ହେବେ ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଉକୃତ ହେବେ । ରାଜ୍ୟର ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।
ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।
ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।












Click it and Unblock the Notifications