Get Updates
Get notified of breaking news, exclusive insights, and must-see stories!

ମିଶନ ଶକ୍ତି ହେଲା ନୂଆ ବିଭାଗ, ରାଜ୍ୟ କ୍ୟାବିନେଟରେ 16ଟି ପ୍ରସ୍ତାବ ଉପରେ ମୋହର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଗାଁ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ଏକାଥରକେ 1500 କୋଟିର ପ୍ରକଳ୍ପକୁ ଅମୁମୋଦନ ମିଳିଛି । ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି ।

Naveen Patnaik

ସେପଟେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି ରାଜ୍ୟ କ୍ୟାବିନେଟ ବୈଠକରେ । ମିଶନ ଶକ୍ତି ନାମରେ ନୂଆ ବିଭାଗ ସୃଷ୍ଟିକୁ କ୍ୟାବିନେଟ୍ ଅନୁମୋଦନ ଦେଇଛି । ଏଣିକି ଏହି ବିଭାଗରେ ନୂଆ ମନ୍ତ୍ରୀ ରହିବେ । ବିଭିନ୍ନ ବିଭାଗ ଭଳି ସଚିବ ମଧ୍ୟ ରହିବେ । ପଞ୍ଚାତରାଜ ଓ ମହିଳା ଶୁଶି ବିକାଶ ବିଭାଗର କିଛି ଅଂଶ ଏହାର ନିର୍ଦ୍ଦେଶାଳୟରେ ଚାଲିବ ।

ଏଥିସହ ୧୦ଟି ଗ୍ରାମୀଣ ପାଇପ୍ ପାଣି ଯୋଗାଣ କାର୍ଯ୍ୟକୁ ମଞ୍ଜୁରୀ ମିଳିଛି । ଆଳି, ରାଜକନିକା, ଚିଲିକା, ଟାଙ୍ଗୀ, ବାଣପୁର, ଖୋର୍ଦ୍ଧା. ଜଟଣୀ, ଗନ୍ଦିଆଁ, ଭୁବନ, ଗୋଲମୁଣ୍ଡା, ଯାଜପୁର ଓ ବିଞ୍ଝାରପୁପ ବ୍ଲକରେ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ସ୍କିମରେ ନିର୍ମାଣ କାର୍ଯ୍ୟ କରାଯିବ । ଗ୍ରାମ୍ୟ ପାଇପ୍ ଜଳ ଯୋଜନାରେ ସମ୍ବଲପୁର ଜିଲ୍ଲାର ୨୬ଟି ପଞ୍ଚାୟତ ଓ ଝାରସୁଗୁଡ଼ା ବ୍ଲକର ୨ଟି ପଞ୍ଚାୟତରେ ନିର୍ମାଣ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+