ଉତ୍ତମ ଚିକିତ୍ସା ସୁବିଧାରୁ କେହି ବଞ୍ଚିତ ନ ହେଉ, ଏହା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗୀର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାରଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।

Naveen Patnaik

ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ପାଟଣାଗଡରେ ମୁଖ୍ୟମନ୍ତ୍ରୀ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ ।

  • ତ୍ତମ ଚିକିତ୍ସା ସୁବିଧାରୁ କେହି ବଞ୍ଚିତ ନ ହେଉ, ଏହା ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ
  • ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
  • ୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ, ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
  • ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ବିକାଶ ପାଇଁ ସବୁ ସହଯୋଗ ଯୋଗାଇ ଦିଆଯିବ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡର ବ୍ୟବସ୍ଥା ସାଧାରଣ ଲୋକଙ୍କର ଚିକିତ୍ସା ବ୍ୟବସ୍ଥାରେ ରୂପାନ୍ତର ଆଣିପାରିବ ବୋଲି ମତ ଦେଇଥିଲେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି । ଏଭଳି ବ୍ୟବସ୍ଥା କରିବାରେ ଓଡିଶା ସାରା ଦେଶର ଏକମାତ୍ର ରାଜ୍ୟ । ସାରା ଓଡିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ, ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଡ ପାଖରେ ରହିଲେ, ଚିକିତ୍ସା ପାଇଁ କୌଣସି ଡକୁମେଣ୍ଟ ଦରକାର ନାହିଁ । କେବଳ କାର୍ଡଟିକୁ ନେଇ ଲୋକମାନେ ଦେଶର ୨୦୦ ବଡ ବଡ ହସପିଟାଲରେ ବିନା ଖର୍ଚ୍ଚରେ ଗୁଣାତ୍ମକ ଚିକିତ୍ସା ପାଇପାରିବେ । ପରିବାର ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଏବଂ ମହିଳା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିପାରିବ।

odisha smart card

ଟଙ୍କା ପାଇଁ କେହି ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହୁଅନ୍ତୁ, ଏହା ହିଁ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତେ ସୁସ୍ଥରେ ରହିଲେ ହିଁ ରାଜ୍ୟର ପ୍ରଗତି ହୋଇପାରିବ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ ଗସ୍ତ କରି ସେଠାରେ ଅନେକ ନୂଆ ପ୍ରକଳ୍ପ ଆରମ୍ଭ କରିଥିଲେ । ଟିଟିଲାଗଡ-ସଇଁତଳା ବ୍ଲକ୍‌ରେ ସଂପୂର୍ଣ୍ଣ ହୋଇଥିବା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ଟିଟିଲାଗଡ ଟାଉନ୍‌କୁ ସବୁ ଘରକୁ ପାଇପ ପାଣି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଥିଲେ। ପାଟଣାଗଡରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପ ମଧ୍ୟରେ ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହରିଶଙ୍କର ପୀଠ ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ତୀର୍ଥକ୍ଷେତ୍ର ହେବା ସହିତ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଏଠାକୁ ଆସୁଥିବା ଭକ୍ତମାନଙ୍କୁ ଏକ ସୁନ୍ଦର, ଆଧ୍ୟାତ୍ମିକ ଅନୁଭୂତି ଦେବା ପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ଏ ଅଞ୍ଚଳର ଧାର୍ମିକ ଓ ସାଂସ୍କୃତିକ ପରମ୍ପରାର ପ୍ରଚାର ପ୍ରସାର ବୃଦ୍ଧି ହେବ ବୋଲି ସେ କହିଥିଲେ।

ଶେଷରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସେଠାରେ ମଧ୍ୟ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ହେଉଛି ଆମ ସବୁ ବିକାଶର ମୂଳଦୂଆ । ସେଥିପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ଦୁଇଟି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି । ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ସହିତ ସବୁ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ୫-ଟିରେ ରାଜ୍ୟର ସ୍କୁଲ ଗୁଡିକର ରୂପାନ୍ତର କରାଯାଉଛି ଓ ପ୍ରଥମ ପର୍ଯ୍ୟାୟରେ ୧୦୭୨ଟି ସ୍କୁଲର ରୂପାନ୍ତର କରାଯାଉଛି ବୋଲି ସେ କହିଥିଲେ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ପରେ ଏହା ହେଉଛି ଜିଲ୍ଲାର ଦ୍ବିତୀୟ ଗୁରୁତ୍ବପୂର୍ଣ୍ଣ ଅନୁଷ୍ଠାନ । ଏହାକୁ ଏକ ଆଦର୍ଶ ବିଶ୍ବବିଦ୍ୟାଳୟ ରୂପେ ଗଢିତୋଳିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।

ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହଯୋଗ କାମନା କରି ଏହାଦ୍ବାରା ବିକାଶ ଓ ସେବା ପାଇଁ ତାଙ୍କର ସଂକଳ୍ପ ଆହୁରି ମଜବୁତ ହେବ ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ବିକ୍ରମ କେଶରୀ ଆରୁଖ, ନିରଞ୍ଚନ ପୂଜାରୀ, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ନବ ଦାସ, ଟୁକୁନି ସାହୁ ଦିବ୍ୟଶଙ୍କର ମିଶ୍ର, ସାଂସଦ ସଙ୍ଗୀତା ସିହଦେଓ ବିଧାୟକ ନରସିଂହ ମିଶ୍ର, ବିଧାୟକ ସରୋଜ ମେହେର, ସନ୍ତୋଷ ସିଂ ସାଲୁଜା, ମୁକେଶ ମହାଲିଙ୍ଗ ଓଟିଡିସିର ଅଧ୍ୟକ୍ଷା ଶ୍ରମତୀ ଶ୍ରୀମୟୀ ମିଶ୍ର, ଏବଂ ଅନେକ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+